www.samajalive.in
Saturday, December 13, 2025
26.1 C
Bhubaneswar

ଇସ୍ତଫା ପତ୍ର ପ୍ରତ୍ୟାହାର କଲେ କାଉନସିଲର

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୧୦ ନମ୍ବର ୱାର୍ଡ଼ କାଉନସିଲର ବିଜୟ କୁମାର ମଲ୍ଲିକ ମଙ୍ଗଳବାର ଦିନ କାଉନସିଲର ପଦବୀରୁ ଇସ୍ତଫା ଦେଇ ଚୌଦ୍ୱାର-କଟକ ବିଧାୟକଙ୍କୁ  ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ଏହି ଖବର ଜଣା ପଡ଼ିବା ପରେ ଦଳୀୟସ୍ତରରେ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଥିଲା। ବିଧାୟକ ସୌଭିକ ବିଶ୍ୱାଳ ଏସମ୍ପର୍କରେ ବୁଧବାର ଦିନ ଏକ ବୈଠକ ଡକାଇ ଘଟଣାର ସମାଧାନ କରିବା ସହିତ ସମ୍ପୃକ୍ତ କାଉନସିରଙ୍କ ସମସ୍ୟା ଗୁଡ଼ିକ ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶୃତି ଦେବାରେ ସେ ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଥିବା ଜଣା ପଡ଼ିଛି ।ଏହି ବୈଠକରେ ସାଂସଦ ପ୍ରତିନିଧି ପ୍ରେମଚାନ୍ଦ ନାୟକ, ବିଧାୟକ ପ୍ରତିନିଧି ବିଷ୍ଣୁ ଚରଣ ପରିଡ଼ା, ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ଓ ସମସ୍ତ ଦଳୀୟ କାଉନସିଲର ଉପସ୍ଥିତ ଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories