www.samajalive.in
Saturday, December 13, 2025
18.1 C
Bhubaneswar

ବ୍ଲକସ୍ତରୀୟ ଜନଜାତି କ୍ରୀଡା ଉତ୍ସବ

ରାମନାଗୁଡା : ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ସଦର ନିକଟରେ ଥିବା ମିନି ଷ୍ଟାଡିୟମରେ ଜିଲ୍ଲା  ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଜନଜାତି କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମେ ମୁଖ୍ୟ ଅତିଥି ଅନୁସୂଚିତ ଜାତି ଓ ଜନଜାତି ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ରଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ପରେଡ଼ରେ  ଅଭିବାଦନ ଗ୍ରହଣ କରି କ୍ରୀଡା ମଶାଲର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝୀ,  ସ୍ବତନ୍ତ ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନୁସୂୟା ମାଝୀ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ରାମନାଗୁଡା ପଂଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ, ଜିଲ୍ଲା ପରିଷଦ ସଭ୍ୟ ତାଙ୍ଗୁଡୁ ଶ୍ରୀଧର, ସୁରେଶ ଗମାଙ୍ଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ତହସିଲଦାର  ନିର୍ମଳ ଚନ୍ଦ୍ର ସାହୁ  ଙ୍କ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ପ୍ରମୁଖ ମଞ୍ଚାସୀନ ଥିଲେ।
କାର୍ଯ୍ୟକ୍ରମ ରାମନାଗୁଡା ବ୍ଲକ ଅନ୍ତର୍ଗତ ୧୧ ଟି ପଂଚାୟତର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ରଜନଜାତି ବର୍ଗର ଛାତ୍ର ଛାତ୍ରୀମାନଙ୍କ ସମେତ ସ୍ଥାନୀୟ  ଯୁବକ ମାନେ ଯୋଗ ଦେଇ ଖୋ-ଖୋ, ଭଳିବଲ, କ୍ରିକେଟ, ବ୍ୟାଡମିଣ୍ଟନ ଖେଳରେ ଭାଗ ନେଇଥିଲେ। କ୍ରିକେଟରେ ଉକାମ୍ବା ପଂଚାୟତ  ବିଜୟୀ ହୋଇଥିବା ବେଳେ ନିଲାମଗୁଡା ପଂଚାୟତ ରନର୍ସ ଅପ ହୋଇଥିଲେ । ସେହିପରି ଭଳିବଲରେ ଉକାମ୍ବା ପଞ୍ଚାୟତ ବିଜୟୀ ହୋଇଥିବା ବେଳେ,  ଖୋ-ଖୋରେ କୁଜେନ୍ଦ୍ରୀ ହାଇସ୍କୁଲ  ବିଜୟୀ ହୋଇଥିଲା। ବ୍ୟାଡମିଣ୍ଟନରେ ରାମନାଗୁଡା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଛାତ୍ରୀ ବିଜୟୀ ହୋଇଲେ।
ଦ୍ୱିତୀୟ ଦିନରେ  ମୁଖ୍ୟ ଅତିଥି ଭାବେ ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ, ସମ୍ମାନିତ ଅତିଥି ରୂପେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସଭ୍ୟ ରାମରାଓ ପାଲାକା, ବ୍ଲକ ଉପାଧକ୍ଷା ଜାନକୀ ନିମାଲା, ସାଂସଦ ପ୍ରତିନିଧି ଗାର୍ଜନା ପ୍ରସାଦ ରାଓ ,ବିଡ଼ିଓ ପ୍ରଦ୍ୟୁମ୍ନ ମଣ୍ଡଳ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବାସୁଦେବ ତ୍ରିପାଠୀ,ସମସ୍ତ ସମିତି ସଭ୍ୟ, ସରପଞ୍ଚ ପ୍ରମୁଖ ଉପସ୍ଥିତ ରହି  ବିଭିନ୍ନ କ୍ରୀଡାରେ ବିଜୟୀ ହୋଇଥିବା ଛାତ୍ରଛାତ୍ରୀ ଏବଂ ଯୁବକ ମାନଙ୍କୁ  ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବାସୁଦେବ ତ୍ରିପାଠୀ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଗୋପାଳ ଚନ୍ଦ୍ର ମିଶ୍ରଙ୍କ ସହ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରସମସ୍ତ କର୍ମଚାରୀ ପରିଚାଳନା ରେ ସହଯୋଗ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories