www.samajalive.in
Tuesday, December 9, 2025
16.1 C
Bhubaneswar

ବିର୍ସା ମୁଣ୍ଡାଙ୍କର ୧୪୮ତମ ଜୟନ୍ତୀ

ଆଠଗଡ:  ଆଠଗଡର ଅନୁସୂଚିତ ଜାତି-ଜନଜାତି ଉନ୍ନୟନ ପରିଷଦ ପକ୍ଷରୁ ଆମ୍ବେଦକର ଭବନଠାରେ ବୁଧବାର ବୀର ବିର୍ସା ମୁଣ୍ଡାଙ୍କ ୧୪୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପରିଷଦର ସଭାପତି ବିଚିତ୍ରାନନ୍ଦ ସେଠୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଧ୍ୟାପକ ଡଃ ଗୌତମବୁଦ୍ଧ ସୀତାରାମ ଯୋଗଦେଇ ବିର୍ସା ମୁଣ୍ଡାଙ୍କର ତ୍ୟାଗପୁତ ଜୀବନାଦର୍ଶ ଏବଂ ତାଙ୍କର ବାଣୀ ସଂପର୍କରେ ଆଲୋକପାତ କରିବା ସହ ତାଙ୍କ ପ୍ରଦର୍ଶିତ ମାର୍ଗରେ ପରିଚାଳିତ ହେବା ପାଇଁ ପରାମର୍ଶ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ କାମିନୀ ଦେହୁରୀ ଯୋଗଦେଇ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଙ୍କଜ ନାଏକ, କୈଳାସ ନାୟକ, ସୁଶାନ୍ତ ପାତ୍ର, ସୀତା ନାଏକ, ସୁଶାନ୍ତ ନାଏକ, ନରେଶ ନାଏକ, ଲକ୍ଷ୍ମୀଧର ନାଏକ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଶେଷରେ ନିରଞ୍ଜନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories