www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରେସ କ୍ଲବ ପକ୍ଷରୁ କଣ୍ଟାବାଞ୍ଜିରେ ଜାତୀୟ ପ୍ରେସ ଦିବସ ପାଳିତ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ ପ୍ରେସ କ୍ଲବ ଅଫିସରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ସାମ୍ବାଦିକତା ଉପରେ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ୨ ଲକ୍ଷ ରୁ ୫ ଲକ୍ଷ ଟଙ୍କା ବୃଦ୍ଧି କରିଥିବାରୁ ରାଜ୍ୟ ସରକାରଙ୍କୁ ପ୍ରେସ କ୍ଲବ ଧନ୍ୟବାଦ ଦେଇଥିଲା । ଆଗାମୀ ଦିନରେ ଏହି ରାଶି ୧୦ ଲକ୍ଷ କରିବା ସହ ସାମ୍ବାଦିକ ସୁରକ୍ଷା ଆଇନ କଡାକଡି କରିବାକୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମତ ପ୍ରକାଶ ପାଇଥିଲା ।
ଆସନ୍ତା ୨୪ ତାରିଖ ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ହରିଭବନ ଠାରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର , ପ୍ରେସ କ୍ଲବର ନିଜସ୍ୱ ଭବନ ନିର୍ମାଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। କାର୍ଯ୍ୟକାରି ସଭାପତି ସୁରଦାସ ବାଗ , ଉପସଭାପତି ମନୋଜ ଶର୍ମା , ସହ-ସଂପାଦକ ବିସିକେଶନ ମାଝି , କୋଷାଧକ୍ଷ କମଳଜିତ ସିଂ ମଖିଜା, ପରାମର୍ଶଦାତା ଦୁର୍ଗାପ୍ରସାଦ ଗୁପ୍ତା , ଆନନ୍ଦ ମୋଟେ , ଆଶିଷ ଖୈତାନ ,ସଦସ୍ୟ କମଳ ଅଗ୍ରୱାଲ , ଶୈଳେନ୍ଦ୍ର ଜୈନ , ଅମିତ ଶର୍ମା , ଦେବେଶ ଶିଂଘଲ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories