www.samajalive.in
Monday, December 8, 2025
13.1 C
Bhubaneswar

ଆସନ୍ତାକାଲି ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ବିଧାନସଭା ନିର୍ବାଚନ

ଡେସ୍କ: ଆସନ୍ତାକାଲି ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଗୋଟିଏ ପର୍ଯ୍ୟାୟରେ ସମସ୍ତ ୨୩୦ଟି ଆସନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିରେ ୨୫୨ ଜଣ ମହିଳାଙ୍କ ସମେତ ମୋଟ ୨ ହଜାର ୫୩୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି।

ଏଥି ସହିତ ଆସନ୍ତାକାଲି ଛତିଶଗଡରେ ହେବାକୁ ଥିବା ବିଧାନସଭା ନିର୍ବାଚନର ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୮ ହଜାର ୮୦୦ରୁ ଅଧିକ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି। ସେଥିମଧ୍ୟରୁ ୭୦୦ଟି ସଙ୍ଗୱାରୀ ମତଦାନ କେନ୍ଦ୍ର ରହିଛି ଯେଉଁଥିରେ କେବଳ ମହିଳା କର୍ମଚାରୀ ନିୟୋଜିତ ହେବେ। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ ବିନ୍ଦ୍ରନାଗଡ ବିଧାନସଭା ନିର୍ବାଚନମଣ୍ଡଳୀର ନଅଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ।

- Advertisement -

ଦ୍ୱିତୀୟ ପର୍ଯ୍ୟାୟରେ ୯୫୮ ଜଣ ପ୍ରାର୍ଥୀ ୭୦ଟି ଆସନ ପାଇଁ ଲଢ଼ୁଛନ୍ତି। ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ସମସ୍ତ ୭୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମତଦାନ କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ ପୁଲିସ ବ୍ୟତୀତ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମଧ୍ୟ ନିୟୋଜିତ ହେଉଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories