www.samajalive.in
Sunday, December 7, 2025
18.1 C
Bhubaneswar

ବିଶ୍ବକପ: ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ, ଅଷ୍ଟ୍ରେଲିଆ ଆଗରେ ୨୧୩ ରନ୍‌ର ବିଜୟ ଲକ୍ଷ୍ୟ

କଲକାତା: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍‌-୨୦୨୩ ସେମିଫାଇନାଲରେ ମୁହାଁମୁହିଁ ହୋଇଛନ୍ତି ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା। କଲକାତାର ଇର୍ଡେନ୍‌ ଗାର୍ଡେନ୍‌ରେ ଚାଲିଥିବା ଦ୍ବିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଦକ୍ଷିଣ ଆଫ୍ରିକା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୪୯.୪ ଓଭରରେ ସମସ୍ତ ୱିକେଟ ହରାଇ ୨୧୨ ରନ୍‌ ସଂଗ୍ରହ କରିଛି। ଫଳରେ ଅଷ୍ଟ୍ରେଲିଆକୁ ଏହି ମ୍ୟାଚ ଜିତି ଫାଇନାଲରେ ପହଞ୍ଚିବା ପାଇଁ ୨୧୩ ରନ୍‌ର ଲକ୍ଷ୍ୟ ମିଳିଛି। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ଡେଭିଡ ମିଲରଙ୍କ ଶତକ ହାସଲ କରିଛି।

ଦକ୍ଷିଣ ଆଫ୍ରିକା ୧୪ ଓଭରରେ ୪ଟି ୱିକେଟ୍‌ ହରାଇ ୪୪ ରନ୍‌ ସ୍କୋର କରିଥିଲା। ୪ ଜଣ ତାରକା ଖେଳାଳିଙ୍କୁ ହରାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ବିପର୍ଯ୍ୟୟ ସମ୍ମୁଖୀନ ହୋଇଥିଲା। ଏହି ସମୟରେ ବର୍ଷା ଯୋଗୁଁ କିଛି ସମୟ ପାଇଁ ମ୍ୟାଚ୍‌ ଅଟକି ଯାଇଥିଲା। ତେବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ମିଲର ଧୈର୍ଯ୍ୟର ସହିତ ବ୍ୟାଟିଂ କରିବା ସହ ୧୦୧ ରନ ସ୍କୋର କରିଥିଲେ। ବର୍ଷା ବାଧିତ ସେମିଫାଇନାଲ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ପାଇଁ ହେନିରିକ୍‌ କ୍ଲାଁସେ ଓ ଡେଭିଡ ମିଲର ଆଶା ସଂଚାର କରିଥିଲେ। ଉଭୟ ଖେଳାଳି ୫ମ ୱିକେଟ୍‌ ପାଇଁ ୯୫ ରନ୍‌ର ଭାଗିଦାରୀ କରିପାରିଥିଲେ। ଫଳରେ ଦଳର ସ୍କୋର ୨୧୨ ରନ ସ୍କୋର ହୋଇପାରିଥିଲା।

- Advertisement -

ଦଳୀୟ ସ୍କୋର ମାତ୍ର ଗୋଟିଏ ରନ୍‌ ଥିବାବେଳେ ଅଧିନାୟକ ବଭୁମା କୌଣସି ରନ ସ୍କୋର ନ କରି ଆଉଟ୍‌ ହୋଇଥିଲେ। ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ବିଣ୍ଟନ୍‌ ୩ ରନ୍‌ରେ ଆଉଟ୍‌ ହୋଇଥିଲେ। ଏହାପରେ ଐଦେନ ମାର୍କରାମ ୧୦ ରନ୍‌, ରାସି ଭାନ ଡର ଡୁସେନ ୬ ରନ୍‌ କରି ଆଉଟ୍‌ ହୋଇଥିଲେ। ଗେର୍ଲାଡ କଟ୍‌ଜି ୧୯ ରନ୍‌, କେଶବ ମହାରାଜ ୪ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ କାଗିସୋ ରବାଡ଼ା ୧୦ ରନ୍‌ କରିଥିଲେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories