www.samajalive.in
Sunday, December 14, 2025
19.1 C
Bhubaneswar

ଗ୍ରେସ୍ ମିଶନ୍ ପବ୍ଲିକ ସ୍କୁଲ ବୀମା ବିଦ୍ୟାଳୟ ରୂପେ ଘୋଷିତ

ପଦ୍ମପୁର :  ଭାରତୀୟ ଜୀବନ ବୀମା ନିଗମ ତରଫରୁ ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକରେ ଥିବା ଗ୍ରେସ୍ ମିଶନ୍ ବିଦ୍ୟାଳୟକୁ  ବୀମା ବିଦ୍ୟାଳୟ ରୂପେ ଘୋଷଣା କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଭାରତୀୟ ଜୀବନବୀମା କାର୍ଯ୍ୟାଳୟର ବରିଷ୍ଠ ମ୍ୟାନେଜର ଖିରଦ କୁମାର ମିଶ୍ର, ସମ୍ମାନୀତ ଅତିଥି ଭାବେ ଗୁଣପୁର ଶାଖାର ମ୍ୟାନେଜର ସୁନିଲ ସାହୁ, ଡିଇଓ ଆଖ୍ୟରିକ ପରିଡ଼ା, ଯୋଗଦେଇ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ଏବଂ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହିଥିଲେ।ଏହି ଅବସରରେ ଜୀବନ ବୀମା ନିଗମ ତରଫରୁ  ବିଦ୍ୟାଳୟକୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାକୁ ଏଜେଣ୍ଟ ସନ୍ଧ୍ୟାରାଣୀ ସାହୁ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ନିର୍ଦ୍ଦେଶକ ପ୍ରଦୀପ ପାଲକା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories