www.samajalive.in
Sunday, December 14, 2025
26.1 C
Bhubaneswar

ଧରଣୀଧର ବିଶ୍ୱବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

କେନ୍ଦୁଝରଗଡ଼ :  ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ସମଗ୍ର ରାଜ୍ୟର ଶିକ୍ଷାନୁଷ୍ଠାନ ମାନଙ୍କରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ନଭେମ୍ବର ୧୬ ତାରିଖ ଠାରୁ ଆରମ୍ଭ ହୋଇଛି । ଏହିକ୍ରମରେ ଗୁରୁବାର ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱବିଦ୍ୟାଳୟର ଓଏସ୍‌‌ଡି ତଥା କୁଳପତି ପ୍ରଫେସର ଡ. ପ୍ରତାପ କୁମାର ମହାନ୍ତି ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌‌ଘାଟନ କରିଥିଲେ। ଏହି ଅବସରରେ ଯୁବ ଶକ୍ତିର ବିକାଶ ଓ ସଠିକ୍‌‌ ବିନିଯୋଗ ଉପରେ ଗୁରୁତ୍ୱାରୋପ କରିଥିଲେ । କୁଳସଚିବ ନରେନ୍ଦ୍ର କୁମାର ସାହୁ, ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଡ.ସତ୍ୟବ୍ରତ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ପାଠ୍ୟକ୍ରମ ବାହାରେ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ଅଂଶଗ୍ରହଣ ପାଇଁ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମର ନୋଡାଲ ଅଫିସର ଡ.ସୁମନ୍ତ୍ର ନାଏକ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଭିମୁଖ୍ୟ ପ୍ରକାଶ କରିବା ସହ ଏହି ଅବସରରେ ବକ୍ତୃତା, ତର୍କ, ଆକୃତି, ଗଳ୍ପଲିଖନ, ନୃତ୍ୟ ଆଦି ବିଭିନ୍ନ ପ୍ରତିଯୋଗିତା ସହ ବିଭିନ୍ନ ସମାଜ ସଚେତନମୂଳକ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ସ୍ଥିର କରାଯାଇଛି ବୋଲି କହିଥିଲେ । ଯୁକ୍ତ ୨, ସ୍ନାତ୍ତକ, ସ୍ନାତ୍ତକୋତ୍ତର ବିଭାଗର ଶତାଧିକ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ବେଳେ ଏହା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଡ. ନାଏକ ସୂଚନା ଦେଇଛନ୍ତି । ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍‌‌ ସ୍ୱେଛାସେବୀ ଏବଂ ଏନ୍‌‌ସିସି କ୍ୟାଡେଟ୍‌‌ ବିଭିନ୍ନ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିବା ବେଳେ ଶେଷରେ ଡ. ଅନୁପମା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories