www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟପ୍ରଦେଶ ଓ ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ

ଭୋପାଳ/ରାୟପୁର : ମଧ୍ୟପ୍ରଦେଶ ଓ ଛତିଶଗଡରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଗୋଟିଏ ପର୍ଯ୍ୟାୟରେ ମଧ୍ୟପ୍ରଦେଶର ସମସ୍ତ ୨୩୦ଟି ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ସେହିପରି ଛତିଶଗଡରେ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟରେ ୭୦ଟି ଆସନରେ ସକାଳ ୮ଟାରୁ ମତଦାନ ଜାରି ରହିଛି।

ମଧ୍ୟପ୍ରଦେଶ ୨୩୦ଟି ଆସନ ପାଇଁ ୨୫୨ ଜଣ ମହିଳାଙ୍କ ସମେତ ମୋଟ ୨ ହଜାର ୫୩୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ଯାଏ ଚାଲିବ। କେତେକ ସ୍ଥାନରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ।

- Advertisement -

ଅନ୍ୟପକ୍ଷରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଛତିଶଗଡର ୭୦ଟି ଆସନରେ ସକାଳ ୮ଟାରୁ ଭୋଟ ଗ୍ରହଣ ଚାଲିଛି । ଏଥିରେ ୯୫୮ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି । ୧୮ ହଜାର ୮୦୦ରୁ ଅଧିକ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ୭୦୦ଟି  ମତଦାନ କେନ୍ଦ୍ରରେ କେବଳ ମହିଳା କର୍ମଚାରୀ ନିୟୋଜିତ ହୋଇଛନ୍ତି । ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ତେବେ ବିନ୍ଦ୍ରନାଗଡ ବିଧାନସଭା ନିର୍ବାଚନମଣ୍ଡଳୀର ନଅଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ମତଦାନ କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସ୍ଥାନୀୟ ପୁଲିସ ବ୍ୟତୀତ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମଧ୍ୟ ନିୟୋଜିତ ହୋଇଛନ୍ତି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories