www.samajalive.in
Sunday, December 14, 2025
26.1 C
Bhubaneswar

ନନ୍ଦନକାନନ ରୋପୱେ ଉଦଘାଟନ ଆଜି

ଡେସ୍କ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରୋପୱେ ଆଜି (ଶୁକ୍ରବାର) ଉଦଘାଟିତ ​ହେବ। ନନ୍ଦନକାନନ  ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ରୋପୱେକୁ ଶୁକ୍ରବାର ଅପରାହ୍ନରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉଦ୍‌‌ଘାଟନ କରିବେ। ଏହି ରୋପୱେର ନିର୍ମାଣ, ରକ୍ଷଣାବେକ୍ଷଣ ଓ ପରିଚାଳନା ପାଇଁ କଲକାତାର ଏକ ଘରୋଇ ସଂସ୍ଥା ଦାମୋଦର ରୋପୱେଜ ଇନଫ୍ରା ଲିମିଟେଡ୍‌‌କୁ ଦିଆଯାଇଛି। ଏହି ସଂସ୍ଥା ସହିତ ୨୦୨୧ରେ ଚୁକ୍ତିନାମା ସ୍ବାକ୍ଷରିତ କରାଯାଇଥିଲା। ଚୁକ୍ତିନାମା ଅନୁସାରେ ସମସ୍ତ କାର୍ଯ୍ୟ ସମାପ୍ତ ହୋଇଛି। ଶନିବାର ଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ।

ସୂଚନା ଅନୁଯାୟୀ, ଉଭୟ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ପାର୍ଶ୍ୱରୁ ଏହି ସୁବିଧା ପର୍ଯ୍ୟଟକମାନଙ୍କ ପାଇଁ ଉପଲବ୍ଧ ହେବ। କ୍ୟାମେରା ନିମନ୍ତେ, ଟିକଟର ମୂଲ୍ୟ ସହିତ କ୍ୟାମେରାର ଶୁଳ୍କ ଦେବାକୁ ପଡ଼ିବ।

- Advertisement -

ଉଭୟ ସୁବିଧା ପାଇଁ, ରୋପୱେ କାଉଣ୍ଟର ନିକଟରେ ସ୍ୱତନ୍ତ୍ର କାଉଣ୍ଟରରେ ଟିକେଟ୍‌‌ ମିଳିବ। ଯେଉଁ ପର୍ଯ୍ୟଟକ ନନ୍ଦନକାନନରୁ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନରୁ ନନ୍ଦନକାନନ ଯାଇ ଭ୍ରମଣ କରିବେ, ସେମାନେ ସ୍ୱତନ୍ତ୍ର ଟିକେଟ କାଉଣ୍ଟରରୁ ଟିକେଟ କ୍ରୟ କରିବେ। ସକାଳ ୮ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ସୁବିଧା ଉପଲବ୍ଧ ହେବ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories