www.samajalive.in
Sunday, December 14, 2025
26.1 C
Bhubaneswar

କନ୍ଧମାଳରେ ଜିଲା ସ୍ତରୀୟ ସର୍ଗିଫୁଲ ମହୋତ୍ସବ, ଜୀବନ କୌଶଳ ଶିକ୍ଷା ଶିବିର

ଫୁଲବାଣୀ :କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନେଡିପଦର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଜିଲା ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ, ଜୀବନ କୌଶଳ ଶିକ୍ଷା ଶିବିର ଓ ସର୍ଗିଫୁଲ ମହୋତ୍ସବ ୨0୨୩ କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀଙ୍କ ପ୍ରତକ୍ଷ ତତ୍ୱାବଧାନ ଓ ଜିଲା ମଙ୍ଗଳ ଅଧିକାରୀ ରବିନାରାୟଣ ମିଶ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଏହି ଉତ୍ସବର ଉଦଘାଟନି ଉତ୍ସବରେ କନ୍ଧମାଳ ଜିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷ ରୋଦନ ମଲିକଙ୍କ ସହ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟ୍ୟରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନନ୍ଦିନୀ ମଲିକ, ଫିରିଙ୍ଗିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ନମିତା କହଁର, ଗୋଛାପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ରମେଶ କୁମାର ସାହୁ, ଫିରିଙ୍ଗିଆ ଉଚ୍ଚମାଧ୍ୟ୍ୟମିକ ବିଦ୍ୟାଳୟ ତଥା ଏକଲବ୍ୟ ଆବାସିକ ବିଦ୍ୟାଳୟର ଅଧକ୍ଷ କୈଳାଶ ଚନ୍ଦ୍ର ସିଂ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ କୁ କନ୍ଧମାଳ ଜିଲା କଳିଙ୍ଗିଆ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ତ୍ରିଲୋଚନ ପଣ୍ଡାଙ୍କ ସହ ଶିକ୍ଷକ ପ୍ରଶିକ୍ଷକ ସୁଧୀର କୁମାର ସାହୁ ପରିଚାଳନା କରିଥିଲେ। ବାଲିଗୁଡା ଅତିରିକ୍ତ ମଙ୍ଗଳ ଅଧିକାରୀ ଉମେଶ କୁମାର ସାହୁ ବୈଠକ ପରିଚାଳନା କରିଥିଲେ।
ଏହି କାର୍ଯ୍ୟକ୍ରମରେ ଆଦିବାସୀ ଉନ୍ନୟନ ବିଭାଗ ଦ୍ୱରା ପରିଚାଳିତ କନ୍ଧମାଳ ଜିଲ୍ଲାର ସମୁଦାୟ ୧୨ଟି ବ୍ଲକରେ ଥିବା ୧୪୪ଟି ବିଦ୍ୟାଳୟର ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ।

- Advertisement -

କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟରେ ବିଭିନ୍ନ ବିଦ୍ୟଳୟରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥିଙ୍କ ସହ ଅନ୍ୟତମ ଅତିଥି ମାନେ ଅନୁଷ୍ଠିତ ହୋଇଥିବା ବିଜ୍ଞାନ ପ୍ରଦର୍ଶନୀକୁ ମଧ୍ୟ୍ୟ ଉଦଘାଟନ କରିଥିବା ବେଳେ ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ୫୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଅନ୍ୟପଟେ ଜିଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବଛାବଛା ବିଚାରକ ମାନେ ଉପସ୍ଥିତ ରହି ନିଜନିଜ ମନ୍ତବ୍ୟ ଦେବା ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଚୟନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଗାଇଡ଼ ଶିକ୍ଷକମାନେ ସହଯୋଗ କରିଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories