www.samajalive.in
Tuesday, December 9, 2025
16.1 C
Bhubaneswar

ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୮୬.୨୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର) ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ପ୍ରକଳ୍ପ ଦୁଇଟି ହେଉଛି – ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ।

- Advertisement -

ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଓ ବାମରା ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories