www.samajalive.in
Friday, December 12, 2025
15.1 C
Bhubaneswar

ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ବର: ପୂର୍ବତନ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇ୍‌ଆରସି) ଅଧ୍ୟକ୍ଷ ପଦବିରୁ ଅବ୍ୟାହତି ଦେବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ତାଙ୍କୁ ଅବସ୍ଥାପିତ କରାଯାଇଛି।
ସୁରେଶ ଚନ୍ଦ୍ର ମହାପାତ୍ର ଗତ ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବିରୁ ଅବସର ନେଲା ପରେ ମାର୍ଚ୍ଚ ୧ ତାରିଖରେ ଓଇଆରସିର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ। ନୂଆଦାୟିତ୍ବ ମିଳିବା ପରେ ଆଜି ଶ୍ରୀ ମହାପାତ୍ର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆର୍.ବାଲକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ବରୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି। ତେବେ ଆର୍‌. ବାଲକ୍ରୀଷ୍ଣନ ପୂର୍ବ ଭଳି ସ୍ପେଶାଲ ଇନିସିଏଟିଭ୍‌ ମୁଖ୍ୟ ପରାମର୍ଶଦାତା ପଦବିରେ ରହି କାର୍ଯ୍ୟ କରିବେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କ ଅନୁରୋଧ କ୍ରମେ ସମସ୍ତ ପ୍ରମୁଖ ପରାମର୍ଶଦାତା ପଦବିରୁ ରାଜ୍ୟ ସରକାର ଅବ୍ୟାହତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories