www.samajalive.in
Thursday, December 11, 2025
15.1 C
Bhubaneswar

କେନ୍ଦୁପଲ୍ଲୀ ଉଚ୍ଚ ବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ

କଳାପଥର(ବାଙ୍କୀ):ବାଙ୍କୀ ବ୍ଲକ କେନ୍ଦୁପଲ୍ଲୀ ଉଚ୍ଚ ବିଦ୍ୟାଳୟ ର ୪୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାସଙ୍କ ସଭପାତିତ୍ବରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲା ପରିଷଦ ସଦସ୍ୟ ରଶ୍ମିତା ସାହୁ,ପୂର୍ବତନ ପ୍ରଧାନ ଶିକ୍ଷକ ମଧୁସୂଦନ ମହାପାତ୍ର,ସବିତା ବେହେରା, ସରପଞ ପ୍ରଦ୍ୟୁମ୍ନ କୁମାର ସୁବୁଦ୍ଧି ସମିତିସଭ୍ୟ ପ୍ରେମାନନ୍ଦ ସାହୁ, ପରିଚଲନା ସଭାନେତ୍ରୀ ଶାନ୍ତିଲତା ସାହୁ ପ୍ରମୁଖ ଯୋଗଦେଇ ଥିଲେ। ମୁଖ୍ୟ ବକ୍ତା ଭାବେ ଜଗନ୍ନାଥ ସଂସ୍କୁତି ଗବେଷକ କୃଷ୍ଣ କେଶବ ଷଡ଼ଙ୍ଗୀ ଯୋଗଦେଇ ଥିଲେ. ଏହି ଉପଲକ୍ଷେ ବିଦ୍ୟାଳୟର ୪ଜଣ ଛାତ୍ରଛାତ୍ରୀ ଜିଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥବାରୁ ପୁରସ୍କାର ଗ୍ରହଣ କରିଥିଲେ।

ଅନ୍ୟ ପକ୍ଷରେ ବିଦ୍ୟାଳୟର ବିଭିନ୍ନ ପ୍ରତିଭା ରେ କୃତିତ୍ୱ ଲାଭ ଛାତ୍ରୀଛାତ୍ର ମାନଙ୍କୁ ଅତିଥି ପୁରସ୍କୃତ କରିଥିଲେ. ସହକାରୀ ଶିକ୍ଷୟତ୍ରୀ ସ୍ଵପ୍ନା ରାଣୀ ପ୍ରଧାନ ଙ୍କ ପରିଚଲନା ରେ ଆଧୁନିକ ନୃତ୍ୟ ପରିବେଷଣ କରାଯାଇଥିଲା.ବରିଷ୍ଠ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡା ଶିକ୍ଷକ ଗିରିଜା ଶଙ୍କର ସାହୁ, ଧନେଶ୍ୱର ସାହୁ ସମେତ ଶିକ୍ଷୟତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories