www.samajalive.in
Sunday, December 14, 2025
16.1 C
Bhubaneswar

ଉପଖଣ୍ଡ ସ୍ତରୀୟ ସର୍ଗିଫୁଲ ପ୍ରତିଯୋଗିତା, ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ପଦକ୍ଷେପ

ଠାକୁରମୁଣ୍ଡା: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ଆବାସିକ ବିଦ୍ୟାଳୟ ରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କର ଲୁକ୍କାୟିତ ପ୍ରତିଭା ର ବିକାଶ ନିମନ୍ତେ ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ ‘ସର୍ଗିଫୁଲ’ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ କରଞ୍ଜିଆ ବ୍ଲକ ଅନ୍ତର୍ଗତ ତାଟୋ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଶରତ ଚନ୍ଦ୍ର ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଶିଶୁ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଦେବଯାନୀ ଭୂୟାଁ ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ କରଞ୍ଜିଆ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ସଂସ୍ଥା କରଞ୍ଜିଆର ସ୍ବତନ୍ତ୍ର ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାମଲ, ପାଞ୍ଚପୀଢ଼ ର ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଆଲୋକ ମାଝୀ ଏବଂ ଠାକୁରମୁଣ୍ଡା, ରରୁଆଁ, ଯଶିପୁର ଓ ଶୁକୃଳି ବ୍ଲକ ର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ମାନେ ଯୋଗ ଦେଇ ଥିଲେ ।

ଏହି କାର୍ଯ୍ୟକ୍ରମ ଉପଲକ୍ଷେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ୭୦୦ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକକ ସଙ୍ଗୀତ, ଏକକ ନୃତ୍ୟ,ଏକକ ଅଭିନୟ, ସୃଜନାତ୍ମକ ଲିଖନ, ଚିତ୍ରାଙ୍କନ, ବାକଚାତୁରୀ, ତର୍କ, କୁଇଜ୍, ଦଳଗତ ନୃତ୍ୟ, ସ୍ଲୋଗାନ, ଭଲିବଲ ଓ ବିଜ୍ଞାନ ପ୍ରଦର୍ଶନୀ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ସଂଯୋଜନାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାକୁରମୁଣ୍ଡାର ପ୍ରଧାନ ଶିକ୍ଷକ ବଳରାମ ସ୍ୱାଇଁ ଅତ୍ୟନ୍ତ ସୁବ୍ୟବସ୍ଥିତ ଭାବେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରୀମାନେ ଅଂଶଗ୍ରହଣ କରି କୃତିତ୍ବ ହାସଲ କରିଥିଲେ। ଏହି ସଫଳତା ପାଇଁ ପ୍ରଧାନ ଶିକ୍ଷକ ସମେତ ସମସ୍ତ ଶିକ୍ଷକ ସ୍କୁଲ କମିଟି ସଦସ୍ୟମାନେ କୃତୀ ଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories