www.samajalive.in
Sunday, December 7, 2025
14.1 C
Bhubaneswar

ଦ୍ବିତୀୟ ଦିନରେ ପଶ୍ଚିମ ଓଡ଼ିଶାର ମହାବନ୍ଦ

କଟକ : ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶାର ମହାବନ୍ଦ ଡାକରା ଶୁକ୍ରବାର ଦ୍ବିତୀୟ ଦିନରେ ପହଞ୍ଚିଛି । ଦ୍ବିତୀୟ ଦିନରେ ମହାବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଦୋକାନ, ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ​ହେଲେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି । ଏହି ମହାବନ୍ଦରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ବାର୍ ଆସୋସିଏସନ୍ ଏବଂ ଅନ୍ୟାନ୍ୟ ସାମାଜିକ ସଂଗଠନ ସାମିଲ ହୋଇଛନ୍ତି । ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲା ଏହି ମହାବନ୍ଦରେ ସାମିଲ ହୋଇଥିବା ବେଳେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ସାମିଲ ହୋଇ ନାହାନ୍ତି। ସେହିଭଳି ବରଗଡ଼ ଓ ରାଉରକେଲା ସହରରେ ମହାବନ୍ଦର କୌଣସି ପ୍ରଭାବ ପଡ଼ିନାହିଁ । ମହାବନ୍ଦ ପରେ ଯଦି ରାଜ୍ୟସରକାର ଏନେଇ କୌଣସି ପଦକ୍ଷେପ ଗ୍ରହଣ ନକରନ୍ତି ତେବେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories