www.samajalive.in
Tuesday, December 9, 2025
15.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ: ଆଜି ମ୍ୟାଚ କାଲି ମନ୍ତ୍ରୀସ୍ତରୀୟ ବୈଠକ

ନୂଆଦିଲ୍ଲୀ: ସୋମବାର ଭାରତ ଓ ଅଷ୍ଟ୍ରେଲିଆ ମନ୍ତ୍ରୀସ୍ତରୀୟ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ। ଏହି ବୈଠକରେ ପ୍ରତିରକ୍ଷା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଏହି ​‌ବୈଠକରେ ଭାରତ ତରଫରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଯୋଗ ଦେବାକୁ ଥିବା ବେଳେ ଅଷ୍ଟ୍ରେଲିଆ ତରଫରୁ ଉପପ୍ରଧାନମନ୍ତ୍ରୀ ତଥା ପ୍ରତିରକ୍ଷା ବିଭାଗ ଦାୟିତ୍ବରେ ଥିବା ରିଚାର୍ଡ ମାର୍ଲେସ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ପେନି ୟୋଙ୍ଗ ଯୋଗ ଦେବେ।

ବୈଠକରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ସମ୍ପର୍କକୁ ସୁଦୃଢ଼ କରିବା ପ୍ରସଙ୍ଗରେ ଚର୍ଚ୍ଚା ହେବ। ଏଥିସହ ଦ୍ବିପାକ୍ଷିକ, ପ୍ରାନ୍ତୀୟ ଓ ବିଶ୍ବସ୍ତରରେ ଥିବା ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅଷ୍ଟ୍ରେଲିଆର ଉପପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ସୂଚନାଥାଉ କି ମାର୍ଲେସ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା କ୍ରିକେଟ୍‌ ବିଶ୍ବକପ୍‌ର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଦେଖିବେ। ଅନ୍ୟପକ୍ଷରେ ଶନିବାର ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା ପିଟର ଡୁଟନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories