www.samajalive.in
Saturday, December 13, 2025
21.1 C
Bhubaneswar

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ୱର ଟୁଡୁ

ଡେସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି। ରବିବାର କେନ୍ଦ୍ର ଜନଜାତି ଏବଂ ଜଳଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ୍‌ ଅନ୍ତର୍ଗତ ବୁଢ଼ିଖମାରୀରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ କେନ୍ଦ୍ର ସରକାରଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ କେନ୍ଦ୍ରମନ୍ତ୍ରୀ ହିତାଧିକାରୀଙ୍କ ସହ କଥା ହୋଇଥିଲେ। ହିତାଧିକାରୀମାନେ ଯୋଜନାର ସୁଫଳ ପାଉଥିବାରୁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ କିଭଳି ଶତପ୍ରତିଶତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିବାକୁ ଶ୍ରୀ ଟୁଡୁ ପରାମର୍ଶ ଦେଇଛନ୍ତି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories