www.samajalive.in
Saturday, December 13, 2025
26.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ ମନ୍ତ୍ରୀସ୍ତରୀୟ ବୈଠକ ଆଜିଠାରୁ

ନୂଆଦିଲ୍ଲୀ : ସୋମବାର ଭାରତ ଓ ଅଷ୍ଟ୍ରେଲିଆ ମନ୍ତ୍ରୀସ୍ତରୀୟ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ। ଏହି ବୈଠକରେ ପ୍ରତିରକ୍ଷା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଏହି ​‌ବୈଠକରେ ଭାରତ ତରଫରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଯୋଗ ଦେବାକୁ ଥିବା ବେଳେ ଅଷ୍ଟ୍ରେଲିଆ ତରଫରୁ ଉପପ୍ରଧାନମନ୍ତ୍ରୀ ତଥା ପ୍ରତିରକ୍ଷା ବିଭାଗ ଦାୟିତ୍ବରେ ଥିବା ରିଚାର୍ଡ ମାର୍ଲେସ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ପେନି ୟୋଙ୍ଗ ଯୋଗ ଦେବେ।
ବୈଠକରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ସମ୍ପର୍କକୁ ସୁଦୃଢ଼ କରିବା ପ୍ରସଙ୍ଗରେ ଚର୍ଚ୍ଚା ହେବ। ଏଥିସହ ଦ୍ବିପାକ୍ଷିକ, ପ୍ରାନ୍ତୀୟ ଓ ବିଶ୍ବସ୍ତରରେ ଥିବା ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅଷ୍ଟ୍ରେଲିଆର ଉପପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶନିବାର ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା ପିଟର ଡୁଟନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories