www.samajalive.in
Sunday, December 14, 2025
23.1 C
Bhubaneswar

ଲାଞ୍ଜିଗଡ଼ରେ ଜନଶୁଣାଣୀ ଶିବିର

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁରସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ.ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭବାନୀପାଟଣା ଉପ ଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ , ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ତହସିଲଦାର ମୁନିନ୍ଦ୍ର ହୋନଙ୍ଗା, ବିଡ଼ିଓ ଶଶାଙ୍କ ପାତ୍ରଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଏହି ଜନଶୁଣାଣୀ ଶିବିରରେ ଉପସ୍ଥିତ ଥିଲେ। ଏହି ଜନଶୁଣାଣୀ ଶିବିରରେ ମୋଟ ୬୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ବ୍ଲକର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଏହି ଜନଶୁଣାଣୀ ଶିବିରରେ ସହଯୋଗ କରିଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories