www.samajalive.in
Monday, December 8, 2025
13.1 C
Bhubaneswar

ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ; ଆସନ୍ତାକାଲି ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆଜିଠାରୁ ରାଜ୍ୟ ବିଧାନସଭାର ୩୦ଦିନିଆ ଶୀତକାଳୀନ ଅଧିବେଶନ ଆରମ୍ଭ। ଅଧିବେଶନ ଆରମ୍ଭ ପରେ ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରସ୍ତାବ ସହ ଅନ୍ୟ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ପୂର୍ବତନ ଉପମନ୍ତ୍ରୀ ସରସ୍ୱତୀ ପ୍ରଧାନ, ପୂର୍ବତନ ସଦସ୍ୟ ଅଜୟ ଜେନା, ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର ସରୋଜ ଦାସ, ପୂର୍ବତନ କନଷ୍ଟେବଳ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଶୋକ ପ୍ରସ୍ତାବକୁ ବିରୋଧୀଦଳ ମୁଖ୍ୟ ସଚେତକ,କଂଗ୍ରେସ ବିଧାୟକ ଦଳ ନେତା ସମର୍ଥନ କରିଛନ୍ତି। ଦିବଂଗତ ସଦସ୍ୟ ଓ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହକୁ ଆସନ୍ତାକାଲି ସକାଳ ସାଢେ ୧୦ଟା ଯାଏଁ ବାଚସ୍ପତି ପ୍ରମିଳା ମଲ୍ଲିକ ମୁଲତବି ଘୋଷଣା କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories