ଟ୍ରାକ୍ଟର ଓଲଟି ୨ ମୃତ,୬ ଗୁରୁତର
![](https://samajalive.in/wp-content/uploads/2022/05/accident-truck-650x430.jpg)
ଗଞ୍ଜାମ : ଟ୍ରାକ୍ଟର ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ପାତ୍ରପୁର ବ୍ଲକ ତାଳଗୁରାଣ୍ଡି ରାସ୍ତାରେ ମଙ୍ଗଳବାର ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ଏହି ସଡକ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ରାଜନୈତିକ କାର୍ଯ୍ୟକ୍ରମକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
Comments are closed.