www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟସ୍ତରୀୟ ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଏଜି ଛକସ୍ଥିତ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶହୀଦଙ୍କ ସ୍ମୃତିଚାରଣ କରିଥିଲେ।

ସେହିପରି ଆଜି ପୂର୍ବାହ୍ନରେ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ, ଓଡ଼ିଶା ପକ୍ଷରୁ ସ୍ଥାନୀୟ ଜୟଦେବ ଭବନରେ ‘୧୮୦୪ ପାଇକ ବିଦ୍ରୋହ: ଜୟୀ ରାଜଗୁରୁଙ୍କ ଜୀବନୀ ଓ କାର୍ଯ୍ୟାବଳୀ’ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ଜୟୀ ରାଜଗୁରୁଙ୍କର ତ୍ୟାଗ ଓ ଦେଶପ୍ରେମ ଉପରେ ଆଲୋକପାତ କରିଥିଲେ।

- Advertisement -

ଆଜି ସକାଳେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ସୌରଭ ନାୟକ, ପ୍ରମୋଦିନୀ ଟେଟେ, ଓଡ଼ିଆ ଭାଷା, ସାହତ୍ୟ ଓ ସଂସ୍କୃତି ବିଭାଗର କର୍ତ୍ତବ୍ୟରତ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା, ସମାଜସେବୀ ବଦି୍ର ମିଶ୍ର, ପ୍ରବୀର ମହାନ୍ତି, ରମେଶ ଚନ୍ଦ୍ର ପାତାଳସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories