www.samajalive.in
Sunday, December 14, 2025
26.1 C
Bhubaneswar

କଟକ ଜିଲା ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ  ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି – ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

- Advertisement -

ଏହାଦ୍ବାରା ତିନୋଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories