www.samajalive.in
Saturday, December 13, 2025
26.1 C
Bhubaneswar

ଜାନୁଆରୀରେ ଭାରତ-ଆଫଗାନିସ୍ତାନ ଟି-୨୦ ଶୃଙ୍ଖଳା

ନୂଆଦିଲ୍ଲୀ : ଆସନ୍ତା ଜାନୁଆରୀରେ ଆଫଗାନିସ୍ତାନ କ୍ରିକେଟ୍‌ ଦଳ ଭାରତ ଗସ୍ତରେ ଆସି ଘରୋଇ ଦଳ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଶୃଙ୍ଖଳା ଖେଳିବ। ଏ ନେଇ ଆଫଗାନିସ୍ତାନ କ୍ରିକେଟ୍‌ ବୋର୍ଡ ତରଫରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଜାନୁଆରୀ ୧୧ରେ ଖେଳାଯିବାକୁ ଥିବା ବେଳେ ଦ୍ବିତୀୟ ଓ ତୃତୀୟ ମ୍ୟାଚ୍‌ ଯଥାକ୍ରମେ ଜାନୁଆରୀ ୧୪ ଓ ୧୭ରେ ଖେଳାଯିବ। ପୂର୍ବରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଶୃଙ୍ଖଳା ଖେଳାଯାଇଥିବା ବେଳେ ଏଥିରେ ଭାରତୀୟ ଦଳ ବିଜୟୀ ହୋଇଥିଲା। ସୂଚନାଥାଉକି ଭାରତରେ ଖେଳାଯାଇଥିବା ବିଶ୍ବକପ୍‌ରେ ଆଫଗାନିସ୍ତାନ ଦଳ ଆଖିଦୃଶିଆ ପ୍ରଦର୍ଶନ କରି ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନରେ ରହିଥିଲା। ଆଫଗାନିସ୍ତାନ ବିଶ୍ବକପ୍‌ରେ ଇଂଲଣ୍ଡ, ପାକିସ୍ତାନ, ଶ୍ରୀଲଙ୍କା ଓ ବାଂଲାଦେଶକୁ ପରାସ୍ତ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories