www.samajalive.in
Tuesday, December 9, 2025
16.1 C
Bhubaneswar

କଟକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା

ଡେସ୍କ: କଟକର ଐତିହାସିକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା। ସଂସ୍କୃତି ମନ୍ତ୍ରଣାଳୟ କଟକର ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରାକୁ ଜାତୀୟ ସାମୁଦ୍ରିକ ଐତିହ୍ୟ ପର୍ବର ମାନ୍ୟତା ଦାବିକୁ ପ୍ରତ୍ୟାଖ୍ୟାନ କରିଛି। ଏ ନେଇ ମନ୍ତ୍ରଣାଳୟ କଟକ ମେୟର ସୁବାଷ ସିଂଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛି। ଏ ନେଇ ଏକ ପ୍ରେସମିଟରେ ଶ୍ରୀ ସିଂ କହିଛନ୍ତି, କେନ୍ଦ୍ର ଟାଳଟୁଳ ନୀତି ଅବଲମ୍ବନ କରୁଛି।

ବଳିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବର ମାନ୍ୟତା ମିଳିବା ପାଇବା ପରେ ଏହି ଉତ୍ସବକୁ ଜାତୀୟ ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ରକୁ ଅନୁରୋଧ କରାଯାଇଥିଲା। ତେବେ ସଂସ୍କୃତି ମନ୍ତ୍ରଣାଳୟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ୨୦୧୯ରେ ଏହି ଉତ୍ସବକୁ ରାଜ୍ୟ ସ୍ତରୀୟ ଉତ୍ସବର ମାନ୍ୟତା ପ୍ରଦାନ କରାଯାଇଥିଲା। ପରେ, କୋଭିଡ୍ ଯୋଗୁ ଏହି ପର୍ବକୁ ଦୁଇ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା। ପୁଣି ଗତବର୍ଷ ବାଲିଯାତ୍ରାରେ ୨ ହଜାରରୁ ଅଧିକ ବ୍ୟବସାୟୀ ଭାଗ ନେଇଥିଲେ ଏବଂ ଲକ୍ଷ ଲକ୍ଷ ଲୋକ ବାଲିଯାତ୍ରା ଦେଖିବାକୁ ଆସିଥିଲେ।

- Advertisement -

୨୦୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖି ଏହାକୁ ଜାତୀୟ ମାନ୍ୟତା ଦେବାକୁ ଅନୁରୋଧ କରିଥିଲେ। ୨୦୨୧ ମସିହାରେ ତତ୍କାଳୀନ ସାଂସଦ ତଥା କଟକ ମେୟର ସୁବାସ ସିଂ ମଧ୍ୟ ଏକ ସ୍ମାରକପତ୍ର ମାଧ୍ୟମରେ କେନ୍ଦ୍ର ପାଖରେ ଏହି ଦାବି କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବିଦେଶରେ ଓଡିଶାର ଏହି ପ୍ରାଚୀନ ପର୍ବକୁ ପ୍ରଶଂସା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories