www.samajalive.in
Monday, December 8, 2025
24.1 C
Bhubaneswar

ଭାରତର ଆବେଦନ ସ୍ବୀକାର କଲା କାତାର; ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମୃତ୍ୟୁଦଣ୍ଡାଦେଶର ହେବ ପୁନଃ ଶୁଣାଣି

ନୂଆଦିଲ୍ଲୀ: ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି। କାତାରରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତୀୟ ନୌସେନାର ୮ଜଣ ପୂର୍ବତନ ଅଧିକାରୀଙ୍କ ଆବେଦନକୁ ସ୍ବୀକାର କରିଛନ୍ତି କାତାର କୋର୍ଟ। ଖୁବଶୀଘ୍ର କାତାର ଅଦାଲତ ଏହି ଆବେଦନ ଉପରେ ଶୁଣାଣି କରିବେ ବୋଲି କୁହାଯାଉଛି। କାତାର କୋର୍ଟ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିବା ବେଳେ ଭାରତ ଏହା ବିରୋଧରେ ତୁରନ୍ତ ଆବେଦନ କରିଥିଲା। କାତାର ଅଦାଲତ ଗୁରୁବାର ଏହି ଆବେଦନକୁ ସ୍ବୀକାର କରିଛନ୍ତି ଏବଂ ଆବେଦନ ଉପରେ ବିଚାର କରି ଖୁବଶୀଘ୍ର ଶୁଣାଣି କରିବେ।

ସୂଚନାଯୋଗ୍ୟ, ଇସ୍ରାଏଲ ପାଇଁ ଗୁଇନ୍ଦାଗିରି କରୁଥିବା ଅଭିଯୋଗରେ ଗତ ୨୦୨୨ ଅଗଷ୍ଟ ମାସରେ ଭାରତୀୟ ନୌସେନାର ଏହି ୮ ପୂର୍ବତନ ଅଧିକାରୀଙ୍କୁ କାତାରର ଗୁଇନ୍ଦା ସଂସ୍ଥା ଗିରଫ କରିଥିଲା। ସେମାନେ କାତାରର ଏକ କମ୍ପାନୀରେ କାମ କରୁଥିଲେ। ତେବେ ଗତ ସେପ୍ଟେମ୍ବର ମାସରେ ପ୍ରଥମ ଥର ପାଇଁ ଭାରତୀୟ ଦୂତାବାସକୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିଲା। ପ୍ରାୟ ବର୍ଷେ ଧରି ଜେଲରେ ରଖିବା ପରେ ଗତ ମାସରେ ସେମାନଙ୍କୁ କାତାରର ଏକ କୋର୍ଟ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି।

- Advertisement -

ମୃତ୍ୟୁଦଣ୍ଡାଦେଶ ପାଇଥିବା ଏହି ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ ହେଉଛନ୍ତି, କ୍ୟାପଟେନ୍ ନବତେଜ ସିଂହ ଗିଲ୍, କ୍ୟାପଟେନ୍ ବୀରେନ୍ଦ୍ର କୁମାର ବର୍ମା, କ୍ୟାପଟେନ୍ ସୌରଭ ବଶିଷ୍ଠ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦୁ ତିୱାରୀ, କମାଣ୍ଡର ସୁଗ୍ନାକର ପକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଓ ସେଲର ରାଗେଶ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories