www.samajalive.in
Sunday, December 7, 2025
15.1 C
Bhubaneswar

୨୬ରେ ଲଘୁଚାପ, ୨୯ରେ ଅବପାତ – ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରୁ ରବିବାର ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ୨୯ତାରିଖ ବେଳକୁ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ଅବପାତ ବାତ୍ୟା ରୂପ ନେବ କି ନାହିଁ ତାହା ପାଣିପାଗ ବିଭାଗ ସ୍ପଷ୍ଟ କରି ନ ଥିବାବେଳେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ବିଭିନ୍ନ ମଡେଲ ଆକଳନରୁ ଜଣାପଡୁଛି ଯେ, ସମ୍ଭାବ୍ୟ ଅବପାତଟି ୩୦ ତାରିଖ ବେଳକୁ ବାତ୍ୟା ରୂପ ନେଇପାରେ। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ନାହିଁ।

୨୫ ତାରିଖରେ କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ବିଷୁବ ରେଖାର ନିକଟରେ ଥିବାରୁ ଦୁଇଦିନ ପର୍ଯ୍ୟନ୍ତ ଘନୀଭୂତ ହେବନାହିଁ। ଏହା ଦକ୍ଷିଣ ଦିଗକୁ ଗତି କରିବା ପରେ ୨୬ ତାରିଖ ବେଳକୁ କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ କ୍ରମାଗତ ଭା‌େ‌ବ ଘନିଭୂତ ହୋଇ ପ୍ରାୟତଃ ଉତ୍ତର ଦିଗରେ ଡିସେମ୍ବର ୧ ପର୍ଯ୍ୟନ୍ତ ଗତି କରିବ। ପ୍ରାଥମିକ ଆକଳନରୁ ଜଣାପଡୁଛି, ୨୮ରେ ଅବପାତ ଏବଂ ୩୦ରେ ବାତ୍ୟା ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ବାତ୍ୟାର ନାମ ‘ମିଚାଙ୍ଗ’ ରହିବ ଏବଂ ଯାହାର ନାମକରଣ ମିଆଁମାର ଦେଇଛି। ଡିସେମ୍ବର ୨ରେ ଉତ୍ତର-ପୂର୍ବ ଦିଗରେ ଗତି କରି ବାଂଲାଦେଶର ଦକ୍ଷିଣ ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ଉପରେ ବର୍ଷା କି ପବନ ହେବ ନାହିଁ। ଉପକୂଳ ଓଡ଼ିଶାରେ ଡିସେମ୍ବର ୧ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ ଏବଂ ୨ରେ ରାତି ତାପମାତ୍ରା କମିବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ, ଦକ୍ଷିଣ ଓ କେନ୍ଦ୍ରୀୟ ଅଞ୍ଚଳରେ ଡିସେମ୍ବର ପହିଲାରୁ ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଉତ୍ତର ଆଭ୍ୟନ୍ତରୀଣରେ ୨ଡିଗ୍ରୀ ରାତି ତାପମାତ୍ରା କମିବାର ସମ୍ଭାବନା ଥିବାରୁ ଡିସେମ୍ବର ପହିଲାରୁ ସାରା ରାଜ୍ୟରେ ଶୀତ ବଢ଼ିବ ବୋଲି ସେ କହିଛନ୍ତି।

- Advertisement -

ରାଜ୍ୟର ପାହାଡ଼ିଆ ଏବଂ ସମତଳ ଅଞ୍ଚଳଗୁଡ଼ିକରେ ରାତି ତାପମାତ୍ରା ହ୍ରାସ ପାଇଛି। ଆଗକୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ଆହୁରି ଖସିବାର ସମ୍ଭାବନା ଥିବାରୁ ଶୀତ ବଢ଼ିପାରେ। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟରେ ସବୁଠୁ କମ୍‌ ୧୨.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ କେନ୍ଦୁଝରରେ ୧୪ଡିଗ୍ରୀ ରହିଛି। ଭୁବନେଶ୍ବରରେ ରାତି ତାପମାତ୍ରା ୧୯.୫ ଏବଂ କଟକରେ ୧୮.୫ଡିଗ୍ରୀକୁ ହ୍ରାସ ପାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବା ସମ୍ଭାବନା ଥିବାରୁ ଶୀତ ବଢ଼ିବାର ସମ୍ଭାବନା ରହିଛି। ଶୁକ୍ରବାର ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ଏବଂ କନ୍ଧମାଳରେ ଆକାଶ ମେଘାଚ୍ଛନ୍ନ ଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories