www.samajalive.in
Sunday, December 14, 2025
23.1 C
Bhubaneswar

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ଗ୍ରସ୍ତ, ଯୁବକ ଗୁରୁତର

ପାଟଣା :  କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ‌ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ରବିବାର ରାତିରେ ଏକ ବାଇକ‌ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଗୁରୁତର ଯୁବକ ଶୁକୃଳି ଗ୍ରାମର ପ୍ରଭାତ କୁମାର ଗିରି ବୋଲି ଜଣାପଡିଛି । ସେ କେନ୍ଦୁଝରରୁ ଶୁକୃଳି ଅଭିମୁଖେ ଯାଉଥିବା ସମୟରେ ନିହ୍ନୁଆଁ ଛକରେ ଥିବା ହମ୍ପରେ ତାଙ୍କ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଖବର ପାଇ ତୁରୁମୁ୍ଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories