www.samajalive.in
Sunday, December 14, 2025
19.1 C
Bhubaneswar

ପାରାଦ୍ବୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଆଜି ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ବର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦ୍ବୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିଥିଲେ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ୍ ମହାନିର୍ଦେଶକ ସୁନିଲ ବଂଶଲ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ। ଏହାସହ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଦ୍ୟରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯାଇଥିଲା।
ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ରବିବାର ରାଜଭବନରେ ରହିଥିଲେ। ସୋମବାର ସକାଳ ୮ଟା ୩୦ରେ ରାଜଭବନରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୮ଟା ୪୦ରେ ପହଞ୍ଚିବେ। ସେଠାରୁ ୮ଟା ୫୦ରେ ବାୟୁସେନାର ଏମ୍‌ଆଇ ୧୭ରେ ପାରାଦ୍ବୀପ ଅଭିମୁଖେ ଯିବେ। ଦିନ ୯ଟା ୩୦ରେ ସେ ପାରାଦ୍ବୀପ ହେଲିପ୍ୟାଡ୍‌ରେ ପହଞ୍ଚିବେ। ଦିନ ୧୦ଟାରେ ପାରାଦ୍ବୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ଆଭାସି ମାଧ୍ୟମରେ ରାଷ୍ଟ୍ରପତି ମଲ୍ଟି ମୋଡାଲ ଲଜିଷ୍ଟିକ୍ ପାର୍କର ଉଦ୍‌ଘାଟନ ସହ ଦୁଇଟି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଶ୍ରୀ ଦାସ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ୟେସୋ ନାଏକ ପ୍ରମୁଖ ଯୋଗଦେବେ। ମଧ୍ୟାହ୍ନରେ ରାଷ୍ଟ୍ରପତି ମତ୍ସ୍ୟ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ପାରାଦ୍ବୀପରୁ ବାହାରି ଅପରାହ୍ଣ ୪ଟା ୩୫ ମିନିଟ୍‌ ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ଦିଲ୍ଲୀ ଅଭିମୁଖେ ଯିବେ ବୋଲି ସୂଚନା ମିଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଗତ ୨୦ରୁ ୨୨ ତାରିଖ ମଧ୍ୟରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories