www.samajalive.in
Sunday, December 7, 2025
26.1 C
Bhubaneswar

ବିଜେଡିରେ ଯୋଗ ଦେଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌

ଭୁବନେଶ୍ୱର : ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ପୂର୍ବାହ୍ନ ୧୦ଟା୧୫ରେ ନବୀନ ନିବାସରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହେଲେ। ଏହି ସମୟରେ ବହୁ ବରିଷ୍ଠ ମନ୍ତ୍ରୀ ଓ କର୍ମୀ ଉପସ୍ଥିତ ଥିଲେ। ବିଜେଡିରେ ଯୋଗ ଦେବା ପରେ ଶ୍ରୀ ପାଣ୍ଡିଆନ ନବୀନ ନିବାସରୁ ଶଙ୍ଖ ଭବନ ଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ତାରାତାରିଣୀ ମନ୍ଦିର ଯାଇ ମା’ଙ୍କ ଆଶୀର୍ବାଦ ନେବାର ସୂଚନା ରହିଛି।
ପୂର୍ବରୁ ରାଜ୍ୟ ସରକାରଙ୍କ ଅଧିନରେ ଆଇଏସ ଭାବେ ୫-ଟିର ଦାୟିତ୍ୱ ତୁଲାଉ ଥିବା ଭିକେ ପାଣ୍ଡିଆନ କିଛି ଦିନ ତଳେ ଭିଆରଏସ ନେଇଥିଲେ। ରାଜ୍ୟ ସରକାର ୫-ଟିର ଅଧ୍ୟକ୍ଷ ତଥା ନବୀନ ଓଡିଶାର ଅଧ୍ୟକ୍ଷ ଦାୟିତ୍ୱରେ ତାଙ୍କୁ ଅବସ୍ଥାପିତ କରିଥିଲେ। ଏହାପରେ ଶ୍ରୀ ପାଣ୍ଡିଆନ ବିଜେଡିରେ ଯୋଗ ଦେବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଥିଲା।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories