www.samajalive.in
Saturday, December 13, 2025
18.1 C
Bhubaneswar

ଯୁବ ଓଡ଼ିଶା ନବୀନ ଓଡ଼ିଶା ଖେଳ ମହୋତ୍ସବ ଉଦଘାଟିତ

ବୌଦ୍ଧ: ରାଜ୍ୟ ସରକାରଙ୍କ ପକ୍ଷରୁ ଯୁବ ପିଢିଙ୍କ ଉଜ୍ଜଳ ଭବିଷ୍ୟତ ତଥା ସଶକ୍ତ ଓଡ଼ିଶା ଗଠନ ଲକ୍ଷ ନେଇ ଆରମ୍ଭ ହୋଇଥିବା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟରେ ବୌଦ୍ଧ କଲେଜରେ କ୍ରୀଡା ମହୋତ୍ସବ ଉଦଘାଟନ ହୋଇଯାଇଛି। ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା କ୍ରୀଡା ମହୋତ୍ସବରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କ୍ରିକେଟ, ଫୁଟବଲ, ବ୍ୟାଡମିଣ୍ଟନ, ଭଲିବଲ ସମେତ ସମସ୍ତ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେବ। କଲେଜର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବୌଦ୍ଧଗଡ଼ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀମାନେ ଶିକ୍ଷାଗ୍ରହଣ ସହିତ କ୍ରୀଡାରେ ନିଜର ପାରଦର୍ଶିତା ଦେଖାଇବାକୁ ଆହ୍ୱାନ ଜଣାଇଥିଲେ। ଅନ୍ୟତମ ଅତିଥି ଭାବରେ ସାଂସଦ ପ୍ରତିନିଧି ତଥା ବରିଷ୍ଠ ଆଇନଜିବୀ ତରେଣି ମହାପାତ୍ର, ଅତିରିକ୍ତ ଜଲ୍ଲାପାଳ ତଥା କଲେଜ ପରିଚାଳନା କମିଟିର ଅଧ୍ୟକ୍ଷ ଦାରିଦ୍ର୍ୟଭଞ୍ଜନ ମଦନ ମୋହନ ପାତ୍ର ଏବଂ ଜିଲା ସାମ୍ବାଦିକ ସଂଘର ସଭାପତି ଶଶାଙ୍କ ଶେଖର ମିଶ୍ର, ଏନଏସିର ୱାର୍ଡ ମେମ୍ବର ସନ୍ତୋଷିନୀ ନେପାକ ଓ ସୋନି ଦଳେଇ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories