www.samajalive.in
Sunday, December 7, 2025
23.1 C
Bhubaneswar

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସଦୃଶ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ଏହାପରେ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟାର ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତାକାଲି ୩୦ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ସୃଷ୍ଟି ହେବା ପରେ କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡର ରୂପ ନେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅବପାତ ସୃଷ୍ଟି ହେଉଥିଲେ ମଧ୍ୟ ତାହା ପ୍ରଭାବରେ ଓଡିଶା ଉପକୂଳ ତଥା ଓଡିଶାର କୌଣସି ଅଞ୍ଚଳକୁ ଚେତାବନୀ ଜାରି କରାଯାଇ ନାହିଁ। ଆସନ୍ତା ୩ ଓ ୪ ତାରିଖରେ କେବଳ ହାଲକା ବର୍ଷା ହେବାର ଅନୁମାନ କରାଯାଉଛି। ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories