www.samajalive.in
Monday, December 15, 2025
17.1 C
Bhubaneswar

ଘରୋଇ ବସ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ

ଭୁବନେଶ୍ବର: ଘରୋଇ ବସ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ ଘୋଷଣା କରାଯାଇଛି। ପରିବହନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହୃତ କରାଯାଇଛି ବୋଲି ଘରୋଇ ବସ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ମୋ ବସ ସମ୍ପର୍କରେ ନିଷ୍ପତ୍ତି ପାଇଁ ଗଠନ କରାଯିବା କମିଟି ଏବଂ ୭ ଦିନ ମଧ୍ୟରେ ବୈଠକ ବସିବା ନେଇ ସଂଘ ସୂଚନା ଦେଇଛି।

ଅଲ ଓଡିଶା ଘରୋଇ ବସ ସଂଘ ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ କରୁଥିବା ବସ ମାଲିକ ସଂଘ ଡିସେମ୍ବର ପହିଲାରୁ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ବୋଲି କୁହାଯାଇଛି। ବୈଠକରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ପରିବହନ ସଚିବ, ଯୁଗ୍ମ ସଚିବ, ମୋ ବସର ପ୍ରତିନିଧି ଉପସ୍ଥିତ ଥିଲେ । ଘରୋଇ ବସ ମାଲିକ ସଂଘ ଲକ୍ଷ୍ମୀ ଯୋଜନାକୁ ବିରୋଧ କରୁନାହାନ୍ତି । ବସ ମାଲିକଙ୍କ ଯାହା ଦାବି ଯାହା ଅଛି ଲିଖିତ ଆକାରରେ ଦିଅନ୍ତୁ ବୋଲି ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories