www.samajalive.in
Tuesday, December 9, 2025
15.1 C
Bhubaneswar

ରୋଜଗାର ମେଳାରେ ଆଜି ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟିବେ ମୋଦୀ

ଡେସ୍କ : ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ଜରିଆରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଭାବେ ଚାକିରି ପାଇଥିବା ୫୧ ହଜାରରୁ ଅଧିକ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତଙ୍କୁ ଉଦ୍‌‌ବୋଧନ ଦେବେ। ଦେଶର ୩୭ଟି ସ୍ଥାନରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ। ନିଯୁକ୍ତିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ରୋଜଗାର ମେଳା ହେଉଛି ଏକ ବଳିଷ୍ଠ ପଦକ୍ଷେପ।
ଭୁବନେଶ୍ୱରର ରେଳ ପ୍ରେକ୍ଷାଳୟରେ ମଧ୍ୟ ଆଜି ରୋଜଗାର ମେଳା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ନବନିଯୁକ୍ତ କର୍ମଚାରୀମାନଙ୍କୁ ରାଜସ୍ୱ, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା, ଆର୍ଥିକସେବା, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟରେ ନିଯୁକ୍ତି ମିଳିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories