www.samajalive.in
Thursday, December 11, 2025
23.1 C
Bhubaneswar

ମିଶ୍ରଣ ପର୍ବ: ବିଜେପିରେ ଯୋଗଦେଲେ ବିଜେଡି କାର୍ଯ୍ୟକର୍ତ୍ତା

ଭୁବନେଶ୍ୱର: ଗୁରୁବାର ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି  ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡିର ବହୁ କାର୍ଯ୍ୟକର୍ତ୍ତା ବିଜେପିରେ ଯୋଗଦେଇଛନ୍ତି। ବରିଷ୍ଠ ସଂଗଠକ ଡା. ସୁଶିଲ କୁମାର ଶର୍ମା, ପ୍ରମୋଦ କୁମାର ଦେବତ, ସୁରେନ୍ଦ୍ର ସାହୁ, ନରେନ୍ଦ୍ର କୁମାର ସାହୁ, ସନାତନ ବଢ଼େଇ, ନନ୍ଦକିଶୋର ସାହୁ, ଡକ୍ଟର ବିଶ୍ୱାଳ, ପ୍ରମୋଦ କୁମାର ପଣ୍ଡା, ପ୍ରମିଳା ବଢ଼େଇ, ଉମାକାନ୍ତ ବଢ଼େଇ, ବାଶୁଦେବ ସାହୁ, ଲକ୍ଷ୍ମୀ ସେଠୀ, ଦମୟନ୍ତୀ ସାହୁ, ଗୌତମ ସାହୁ, ରାକେଶ ନେଗି, କରୁଣାକର ସାହୁ, ଯୁଗେଶ୍ୱର ସାହୁ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପି ସାମିଲ ହୋଇଛନ୍ତି । ଶ୍ରୀ ଶର୍ମାଙ୍କ ସମେତ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରାଯାଇଥିଲା। ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ରମାରଞ୍ଜନ ବଳିୟାରସିଂହ, ମନୋଜ ମହାପାତ୍ର, ସମବାୟ ପ୍ରକୋଷ୍ଠର ରାଜ୍ୟ ସଂଯୋଜକ ପବିତ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories