www.samajalive.in
Monday, December 15, 2025
24.1 C
Bhubaneswar

ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ସାଂସ୍କୃତିକ ପ୍ରତିଯୋଗିତା

ହରଭଙ୍ଗା : ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ପୁରୁଣା କଟକରେ ‘ନୂଆ- ଓ’, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଗୁରୁବାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ, ଇଂରାଜୀ ଓ ସୃଜନଶୀଳ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷ ଡ଼ ରମେଶ ଚନ୍ଦ୍ର ତାରେଣିଆ ସଭାପତିତ୍ବ କରିଥିଲେ। ମୂଖ୍ୟ ଅତିଥି ଭାବେ ଆଇନଜୀବୀ ତଥା ମହାବିଦ୍ୟାଳୟର ପୂର୍ବତନ ସଭାପତି ରବି ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀଙ୍କର ଲୁକାୟିତ ପ୍ରତିଭାକୁ ବିକଶିତ କରିବାରେ ସରକାରଙ୍କର ଏହି ଉଦ୍ୟମକୁ ପ୍ରଶଂସା କରିଥିଲେ । ସମ୍ମାନୀତ ଅତିଥି ଭାବେ ଜିଲ୍ଲା ନୋଡାଲ ଅଫିସର ଗୀତାଞ୍ଜଳି ମହାପାତ୍ର, ମୁଖ୍ୟ ନୋଡାଲ ଅଫିସର ଡ଼ ପ୍ରମୋଦ କୁମାର ମହାପାତ୍ର, ଅଧ୍ୟାପକ ଲଳିତ କୁମାର ମେହେର, ଅଧ୍ୟାପିକା ସୁଷମା ରାଣୀ ବହିଦାର, ପୂର୍ବତନ ଅଧ୍ୟକ୍ଷ ପ୍ରଶାନ୍ତ ମହାପାତ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ନୋଡାଲ ଅଫିସର ରଞ୍ଜିତ କୁମାର ସାମଲଙ୍କ ନେତୃତ୍ୱରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଚାରକ ଭାବେ ପୀତବାସ ମେହେର, ନିହାର ରଞ୍ଜନ ମିଶ୍ର, ସହକାରୀ ଶିକ୍ଷକ ମୃତ୍ୟୁଞ୍ଜୟ ସାହୁ ଯୋଗ ଦେଇଥିଲେ । ଗ୍ରନ୍ଥାଗାର ଅଭିମନ୍ୟୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories