www.samajalive.in
Monday, December 15, 2025
16.1 C
Bhubaneswar

ବାଳି କଲେଜରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ଗୁରୁଡିଝାଟିଆ : ବାଳିସ୍ଥିତ ଶ୍ରୀ ଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟରେ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇ ଯାଇଛି । ଯୁବ ରେଡକ୍ରସ ପକ୍ଷରୁ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏଡ୍‌ସର କାରଣ, ନିରାକରଣ ଓ ପ୍ରତିଷେଧକ ବ୍ୟବସ୍ଥା ସଂପର୍କରେ ଆଲୋକପାତ କରିଥିଲେ। ମହାବିଦ୍ୟାଳୟ ପ୍ରଶାସନିକ ଅଧିକାରୀ ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ସଚେତନତା ହିଁ ଏଡ୍‌ସ ମୂଳୋତ୍ପାଟନର ମୁଖ୍ୟ ଅସ୍ତ୍ର ବୋଲି କହିଥିଲେ । ଯୁବ ରେଡକ୍ରସ କାଉନସିଲର ଡଃ ମମତା ସେନାପତିଙ୍କ ଦ୍ୱାରା ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ବିଦ୍ୟାର୍ଥୀଙ୍କୁ ଏଡ୍‌ସ ସଂପର୍କରେ ସଚେତନ କରାଯାଇଥିବା ବେଳେ ରେଡ ରିବନ କ୍ଲବ ଆନୁକୂଲ୍ୟରେ ମାନବ ଶୃଙ୍ଖଳ ଦ୍ୱାରା ମଧ୍ୟ ସଚେତନତା କରାଯାଇଥିଲା । ପ୍ରାଧ୍ୟାପିକା ସୁନନ୍ଦା ସାହୁ, ଅଧ୍ୟାପକ ଶଶିକାନ୍ତ ମହାନ୍ତି, ଦୁର୍ଗା ଚରଣ ମଙ୍ଗୁଆଳ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ । ଅଧ୍ୟାପକ ରଶ୍ମୀରଞ୍ଜନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories