www.samajalive.in
Monday, December 15, 2025
24.1 C
Bhubaneswar

ଟ୍ରକକୁ ପିଟିଲା କାର : ୨ମୃତ

ଡେସ୍କ : ରାଜ୍ୟରେ ଏବେ ଦୁର୍ଘଟଣାଜନିତ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ସଡ଼କ ସୁରକ୍ଷା ରଥ ବିଭିନ୍ନ ଅଞ୍ଚଳ ପରିକ୍ରମା କରୁଛି ଏବଂ ଳୋକଙ୍କୁ ସଚେତନ କରୁଛି । କିନ୍ତୁ ଦୁର୍ଘଟଣା ଥମିବାର ନାଁ ଧରୁନି । ଶୁକ୍ରବାର ସକାଳେ କେନ୍ଦୁଝର ଜିଲ୍ଲା ଘଟଗାଁ ନିକଟରେ ଦୁର୍ଘଟଣା ସହ ଗୋଟିଏ ଦିନରେ ଚାଲି ଯାଇଛି ଅନେକ ମୂଲ୍ୟବାନ ଜୀବନ।

ଏହି କ୍ରମରେ ଭୁବନେଶ୍ବର ଉପକଣ୍ଠ  ପାହାଳ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ କାର ଧକ୍କା  ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories