www.samajalive.in
Wednesday, December 10, 2025
16.1 C
Bhubaneswar

କଖଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଝୋଟି, ପ୍ରବନ୍ଧ ଲିଖନ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

ଗୁରୁଡ଼ିଝାଟିଆ: କଖଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅଂଶ ସ୍ୱରୂପ ପ୍ରବନ୍ଧ ଲିଖନ, ଝୋଟି,କୌତୁହଳ ପୋଷାକ ପ୍ରତିଯୋଗୀତା, ନୃତ୍ୟ, ସଂଗୀତ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ଅଧ୍ୟକ୍ଷ ରଣଜିତ୍‌‌ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ କଳ୍ପନା ଛତାର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ରାଜ୍ୟ ସରକାରଙ୍କ ଏଭଳି କାର୍ଯ୍ୟକ୍ରମକୁ ସ୍ୱାଗତ କରିବା ସହିତ ଏହା ବିଦ୍ୟାର୍ଥୀମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଅଧିକ ପ୍ରଜ୍ୱଳିତ କରିବାରେ ସହାୟକ ହେବ ବୋଲି କହିଥିଲେ। କାର୍ଯ୍ୟକ୍ରମ ମୁଖ୍ୟ ତତ୍ୱାବଧାରକ ଅଧ୍ୟାପକ ରଶ୍ମୀରଞ୍ଜନ ଧଳ, ସୁସ୍ମୀତା ମିଶ୍ର, ତାରା ପ୍ରସାଦ ପରମଗୁରୁ, ନଳୀନିପ୍ରଭଳ ବାରିକ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ। ମହାବିଦ୍ୟାଳୟର ସଂଖ୍ୟାଧିକ ବିଦ୍ୟାର୍ଥୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories