www.samajalive.in
Monday, December 15, 2025
14.1 C
Bhubaneswar

୫ରେ ସ୍ଥଳଭାଗ ଛୁଇଁବ ବାତ୍ୟା ମିଚାଉଙ୍ଗ

ଡେସ୍କ: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ‘ମିଚାଉଙ୍ଗ’ରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଗତି କରୁଛି। ଏବେ ଏହା ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିଲୋମିଟର ଦୂରରେ ରହିଛି। ବାତ୍ୟା ‘ମିଚାଉଙ୍ଗ’ରେ ଆସନ୍ତାକାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁରେ ପହଂଚିବା ପରେ ନେଲୋର ଏବଂ ମଛଲିପତନମ ଉପକୂଳ ଛୁଇଁବ। ସୂଚନା ଅନୁଯାୟୀ, ବାତ୍ୟା ‘ମିଚାଉଙ୍ଗ’ ଭୂମି ସ୍ପର୍ଶ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ରହିବ।

ସମ୍ଭାବ୍ୟ ବାତ୍ୟା ଦକ୍ଷିଣ ଆନ୍ଧ୍ରପ୍ରଦେଶର ନେଲୋର ଏବଂ ମଚ୍ଛଲିପଟ୍ଟନମ୍‌ ମଧ୍ୟବର୍ତ୍ତୀ ସ୍ଥାନରେ ସ୍ଥଳଭାଗ ଛୁଇଁପାରେ। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବ। ବାତ୍ୟା ପ୍ରଭାବରେ ୩ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ସମ୍ଭାବନା ଥିବାବେଳେ ୫ରେ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହି ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ୪ ତାରିଖ ଅପରାହ୍ଣ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ନିକଟତର ହେବ। ପରେ ଉତ୍ତର ଦିଗରେ ସମାନ୍ତର ଭାବେ ଗତି କରିବା ସହିତ ୫ତାରିଖ ଅପରାହ୍ଶରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଏବଂ ମଚ୍ଛଲିପଟ୍ଟନମ୍‌ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ କି.ମି ରହିବ।

ବାତ୍ୟା ପ୍ରଭାବରେ ଆଜି ଠାରୁ ପାଗରେ ପରିବର୍ତ୍ତନ ଆସିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ଗଞ୍ଜାମର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ୪, ୫ ଏବଂ ୬ ତାରିଖରେ ବର୍ଷା ପରିମାଣ ବଢ଼ିବ। ଏହି ତିନିଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି। ୪ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ଘଣ୍ଟା ପ୍ରତି ପବନର ବେଗ ୩୫ରୁ ୪୫କି.ମି ବହିପାରେ। ୫ରେ ପବନର ବେଗ ବୃଦ୍ଧି ପାଇପାରେ। ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ୪ ତାରିଖରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ସମସ୍ତ ସାମୁଦ୍ରିକ ବନ୍ଦରଗୁଡ଼ିକୁ ବିପଦ ସଙ୍କେତ ୧ନଂ ଜାରି କରାଯାଇଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରବଳ ବର୍ଷା ଏବଂ ପବନକୁ ଦୃଷ୍ଟିରେ ରଖି ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ ଜିଲାପାଳମାନେ ତୁରନ୍ତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories