www.samajalive.in
Sunday, December 7, 2025
14.1 C
Bhubaneswar

ବିଧାୟକଙ୍କ ଦ୍ୱାରା ମନରେଗା ସଚେତନତା ରଥ ଉଦଘାଟିତ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପରିସରରେ ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ଏକ ସଚେତନତା ରଥ ଓ ସାଂସ୍କୃତିକ ଦଳର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ମନରେଗା ପ୍ରକଳ୍ପ ଅଧିକାରୀ ସୁମନ୍ତ ଉଠାଣ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟ୍ୟରେ ପଞ୍ଚାୟତ ସମିତି ଅଧକ୍ଷା ନମିତା କହଁର, ସାଂସଦ ପ୍ରତିନିଧି ତଥା ଜିଲ୍ଲା ବିଜୁ ଯୁବ ଜନତା ଦଳ ଜିଲ୍ଲା ସଭାପତି ବିଷ୍ଣୁ ଚରଣ ମଲିକ, ଜିଲ୍ଲାପରିଷଦ ସଭ୍ୟ ନୀଳଗିରି ଦିଗାଲ, ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା, ପରିଙ୍ଗିଆ ଗ୍ରାମପଞ୍ଚାୟତ ସରପଞ୍ଚ ଲାଲମୋହନ କହଁରଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଷ୍ଟେଟ ସପୋର୍ଟ ଟୁ ମହାତ୍ମା ଗାନ୍ଧୀ କର୍ମନିଯୁକ୍ତି ଯୋଜନା ଅଧୀନରେ ଅଞ୍ଚଳରୁ ଦାଦନ ଶ୍ରମିକ ପ୍ରଥା ଉପରେ ରୋକ ଲଗାଇବା, ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ କାମକରୁଥିବା ଶ୍ରମିକମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିବା ବେଳେ ଶ୍ରମିକମାନଙ୍କୁ ରାଜ୍ୟସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ୩୫୨ ଟଙ୍କା ହାରରେ ସର୍ବନିମ୍ନ ମଜୁରୀ ପ୍ରଦାନ, ଇଚ୍ଛୁକ ଶ୍ରମିକ ପରିବାର ୧୦୦ ଦିନ ପରିବର୍ତ୍ତେ ବର୍ଷକୁ ୩୦୦ ଦିନର ନିଶ୍ଚିତ କର୍ମନିଯୁକ୍ତି କରିପାରିବେ ବୋଲି ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଛି। ତେବେ ସରକାରଙ୍କ ଏହି ବାର୍ତ୍ତାକୁ ଗାଁ ଗାଁରେ ଶ୍ରମିକ ଓ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ରହିଥିବା ବେଳେ ଉଦଘାଟନ ପରେ ଗାଁ ଗାଁରେ କଳାକାରମାନେ ପାଲା, ଦାସକାଠିଆ, ଦଣ୍ଡ ନୃତ୍ୟ, ବୀଣାକର, ଘୁଡୁକି ଭଳି ବିଭିନ୍ନ କଳା ମାଧ୍ୟ୍ୟମରେ ଲୋକଙ୍କୁ ସଚେତନ କରିବେ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories