www.samajalive.in
Thursday, December 11, 2025
14.1 C
Bhubaneswar

ବୌଦ୍ଧ ପୁସ୍ତକମେଳା ଉଦଘାଟିତ

ବୌଦ୍ଧ  : ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ବୌଦ୍ଧ ପୁସ୍ତକମେଳା ରବିବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ମା’ଭୈରବୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପୁସ୍ତକମେଳା ମଞ୍ଚ ଓ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟଅତିଥି ଶ୍ରୀସ୍ୱାଇଁ ପୁସ୍ତକମେଳାର ଉପାଦେୟତା, ବର୍ତ୍ତମାନ ଡିଜିଟାଲ ଯୁଗରେ ପୁସ୍ତକ ପଠନର ଆବଶ୍ୟକତା ଇତ୍ୟାଦି ସମ୍ପର୍କରେ ଆଲୋକପାତ କରିଥିଲେ ।

ମେଳାରେ ରାଜ୍ୟର ପ୍ରତିଷ୍ଠିତ ପୁସ୍ତକ ପ୍ରକାଶକ ଓ ବିକ୍ରେତା ଯୋଗ ଦେଇଛନ୍ତି । ଉଦଘାଟନୀ ସନ୍ଧ୍ୟାରେ ବଲାଙ୍ଗୀରର ଦୁଲଦୁଲି କଳା ପରିଷଦ, ପ୍ରଗତି କଣ୍ଟାମାଳ, ସୃଷ୍ଟି ଡ୍ୟାନ୍ସ ଗ୍ରୁପ ବୌଦ୍ଧ, ଆଶା ଶିକ୍ଷାନୁଷ୍ଠାନ ଗିରାସିଙ୍ଗା କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories