www.samajalive.in
Monday, December 15, 2025
27.1 C
Bhubaneswar

ବାତ୍ୟା ମିଚାଓଙ୍ଗ୍ ପାଇଁ ଓଡିଶା ଦେଇ ଯାଉଥିବା ଏହି ୬ଟି ଟ୍ରେନ୍‌ ବାତିଲ୍‌

ଭୁବନେଶ୍ୱର- ପୂର୍ବତଟ ରେଳପଥ ବାତ୍ୟା ସାଇକ୍ଲୋଥନ୍ ମିଚାଓଙ୍ଗ୍ ଏବଂ ଏହାର ପ୍ରଭାବରେ ସାମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଭୂମି କାର୍ଯ୍ୟ ରକ୍ଷଣାବେକ୍ଷଣର ପ୍ରସ୍ତୁତି କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଏବଂ ବିପର୍ଯ୍ୟୟର ପରିଚାଳନାର ଅଭିଜ୍ଞତାର ସୁଯୋଗ ନେଇ ପୂର୍ବତଟ ରେଳପଥ ମଧ୍ୟରେ ଯଦି ବାତ୍ୟା ମିଚାଓଙ୍ଗ୍ ଦ୍ୱାରା ଟ୍ରେନ୍ ଟ୍ରାଫିକ୍ ଏବଂ ରେଲୱେ ଟ୍ରାକ ପ୍ରଭାବିତ ହୁଏ ତେବେ ତାହାର ଶୀଘ୍ର ପୁନରୁଦ୍ଧାର ପାଇଁ ଯୋଜନା କରିଛି । ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ସହିତ ରେଳ ମଣ୍ଡଳ ମୁଖ୍ୟାଳୟ ବିଶାଖାପାଟନମ୍, ଖୋର୍ଦ୍ଧା ରୋଡ୍ ଏବଂ ସମ୍ବଲପୁର ଠାରେ ୨୪ ଘଣ୍ଟିଆ ବିପର୍ଯ୍ୟୟ ପରିଚାଳନା ସେଲ୍ ଖୋଲାଯାଇଛି ।

ସମ୍ବେଦନଶୀଳ ସ୍ଥାନଗୁଡିକର ନିରନ୍ତର ମନିଟରିଂ ଏବଂ ଟ୍ରାକ୍, ସିଗନାଲ୍ ସିଷ୍ଟମ୍ ଏବଂ ଓଭର ହେଡ଼ ବିଦ୍ୟୁତ ସରବରାହ ଇତ୍ୟାଦି ଶୀଘ୍ର ପୁନରୁଦ୍ଧାର ପାଇଁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ଶୀଘ୍ର କାର୍ଯ୍ୟସମ୍ପାଦନ କରିବାକୁ କହିଛନ୍ତି ।

- Advertisement -

ହେଲ୍ପଲାଇନ ନମ୍ବର:

ଭୁବନେଶ୍ୱର: ୦୬୭୪ – ୨୩୦୧୫୨୫, ୨୩୦୧୬୨୬, ୨୩୦୩୦୬୦,

ଟ୍ରେନ୍ ବାତିଲ୍:

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଜ୍ଞପ୍ତି ସହିତ ଆଉ କିଛି ଟ୍ରେନ୍ ବାତିଲ କରାଯାଇଛି। ଏହି ଟ୍ରେନ୍ ଗୁଡିକ ହେଉଛି

୦୧. ୧୭୪୮୨ ତିରୁପତି-ବିଳାସପୁର ଏକ୍ସପ୍ରେସ ତିରୁପତିରୁ ୦୩.୧୨.୨୦୨୩ ରେ ।

୦୨. ୧୭୪୮୧ ବିଳାସପୁର-ତିରୁପତି ଏକ୍ସପ୍ରେସ ବିଳାସପୁରରୁ ୦୫.୧୨.୨୦୨୩ ରେ ।

୦୩. ୧୭୪୮୦ ତିରୁପତି-ପୁରୀ ଏକ୍ସପ୍ରେସ ତିରୁପତିରୁ ୦୪.୧୨.୨୦୨୩ ରେ ।

୦୪. ୧୭୪୭୯ ପୁରୀ – ତିରୁପତି ଏକ୍ସପ୍ରେସ ପୁରୀରୁ ୦୬.୧୨.୨୦୨୩ ରେ ।

୦୫. ୧୨୫୦୯ ବେଙ୍ଗାଲୁରୁ-ଗୌହାଟୀ ଏକ୍ସପ୍ରେସ ବେଙ୍ଗାଲୁରୁରୁ ୬ ଏବଂ ୭ ଡିସେମ୍ବର, ୨୦୨୩ ରେ ।

୦୬. ୧୮୧୯୦ ଏର୍ଣ୍ଣାକୁଲମ -ଟାଟା ଏକ୍ସପ୍ରେସ ଏର୍ଣ୍ଣାକୁଲମ ଠାରୁ ୦୬.୧୨.୨୦୨୩ ରେ

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories