www.samajalive.in
Sunday, December 7, 2025
23.1 C
Bhubaneswar

ପ୍ରଥମାଷ୍ଟମୀ : ଘରେ ଘରେ ଏଣ୍ଡୁରି ପିଠାର ଆସର

ଭୁବନେଶ୍ୱର : ମଙ୍ଗଳବାର ହେଉଛି ମାର୍ଗଶୀର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହି ଦିନକୁ ପ୍ରଥମାଷ୍ଟମୀ ଭାବେ ପାଳନ କରାଯାଏ।। ଘରର ଜ୍ୟେଷ୍ଠ ସନ୍ତାନମାନଙ୍କ ପାଇଁ ସ୍ବତନ୍ତ୍ର ପୂଜା କରିବାର ପରମ୍ପରା ରହିଛି। ଜ୍ୟେଷ୍ଠ ସନ୍ତାନମାନେ ସକାଳୁ ଉଠି ଗାଧୋଇ ନବ ବସ୍ତ୍ର ପରିଧାନ କରିଥାଆନ୍ତି। ତାପରେ ତାଙ୍କୁ ପିଢାରେ ବସାଯାଇ ବନ୍ଦାପନା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନମାନଙ୍କର ଶୁଭ ମନାସୀ ଷଠୀ ଦେବୀ ଓ କୂଳ ଦେବତାଙ୍କ ନିକଟରେ ପୂଜା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନଙ୍କୁ ପଢୁଆଁ କରିବା ପାଇଁ ମାମୁଁ ଘରୁ ନୂତନ ବସ୍ତ୍ର ଆସିଥାଏ। ନୂଆ ବସ୍ତ୍ର ପିନ୍ଧି ବନ୍ଦାପନ ହୋଇ ସାରିବା ପରେ ହଳଦୀ ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା ଖାଇ ଥାଆନ୍ତି।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ ଓ କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।ଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ପିଠା ତିଆରି କରାଯାଏ। ହଳଦୀ ପତ୍ରର ମହମହ ବାସ୍ନାରେ ପିଠାରେ ସୁଆଦ ଅଧିକ ରୁଚିକର ଲାଗେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories