www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ଟ୍ରକ, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ମଙ୍ଗଳବାର ସକାଳେ ଏକ ଟ୍ରକ ପଛରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଧକ୍କା ଦେଇଥିବା ଟ୍ରକର ଚାଳକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ ଉଭୟ ଟ୍ରକ ତୁରୁମୁଙ୍ଗାରୁ କେନ୍ଦୁଝର ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ବେଳେ ଆଗ ଟ୍ରକଟି ହଠାତ୍ ବ୍ରେକ ମାରି ଦେବାରୁ ପଛରେ ଯାଉଥିବା ଟ୍ରକଟି ଆଗ ଟ୍ରକ ପଛରେ ଧକ୍କା ଦେଇଥିଲା । ଟ୍ରକର ସମ୍ମୁଖ ଭାଗ ନଷ୍ଟ ହୋଇଯାଇଥିବା ବେଳେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories