www.samajalive.in
Saturday, December 13, 2025
26.1 C
Bhubaneswar

୨୯ତମ କୋଣାର୍କ ଉତ୍ସବ ଉଦଘାଟିତ

କୋଣାର୍କ : ଶନିବାର ସନ୍ଧ୍ୟାରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଓ ପର୍ଯ୍ୟଟନ ନିଗମର ମିଳିତ ଆନୁକୂଲ୍ୟରେ ଓଡିଶୀ ନୃତ୍ୟର ତାଳେ ତାଳେ ୨୯ତମ କୋଣାର୍କ ଉତ୍ସବ ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶୋକ କୁମାର ପଣ୍ଡା ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ପାଞ୍ଚ ଦିନିଆ କୋଣାର୍କ ଉତ୍ସବର ପ୍ରଥମ ଦିନରେ ଓଡିଶାର ପ୍ରସିଦ୍ଧ ନୃତ୍ୟ ଓଡିଶୀ ପରିବେଷିତ ହୋଇଥିଲା। ପରେ ପରେ ଭାରତ ନାଟ୍ୟମ ନୃତ୍ୟ ପରିବେଷଣ କରିଥିଲେ କଳାକାର। ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ପୁରୀ ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ନିମାପଡ଼ା ଵିଧାୟକ ସମୀର ରଞ୍ଜନ ଦାଶ, ବ୍ରହ୍ମଗିରି ଵିଧାୟକ ସଂଜୟ କୁମାର ଦାସବର୍ମା, କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଅର୍ଚନା ପଟ୍ଟନାୟକ, ପୁରୀ ଜିଲ୍ଲାପାଳ ଜ୍ୟେତି ପ୍ରକାଶ ଦାଶ, ପୁରୀ ଅତିରିକ୍ତ ଜିଲ୍ଲାପାଳ ଵିନୟ କୁମାର ଦାଶ, ଉପଜିଲ୍ଲାପାଳ ଭଵତାରଣ ସାହୁ ,ପୂର୍ଵତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ ଓ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳେଇ ପ୍ରମୁଖ ଯୋଗଦେଇ କଳାକାର ମାନଙ୍କୁ ଉତ୍ସାହିତ କରିବା ସହ ଏହି ଉତ୍ସବର ଐତିହ୍ୟ ଓ ପରମ୍ପରା ସମ୍ପର୍କରେ ମତବ୍ୟକ୍ତ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories