www.samajalive.in
Saturday, December 6, 2025
19.1 C
Bhubaneswar

ରାସ୍ତା କଡରେ ଠିଆ ହୋଇଥିଲେ ; ଚାଲିଗଲା ଜୀବନ

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ବଜାର ଠାରେ ଗୁରୁବାର ସକାଳ ୮ଟା ସମୟରେ ଘଟିଥିବା ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଫଗୁ ବେହେରା ଓ ତାଙ୍କ ଘର ନିକଟବର୍ତ୍ତି ମାଳିକପାଳି ଗ୍ରାମରେ ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌‌ କୌଣସି କାରଣରୁ ନିୟନ୍ତ୍ରଣ ହରାଇ ରାସ୍ତା କଡରେ ଠିଆ ହୋଇଥିବା ଫଗୁଙ୍କୁ ଧକ୍କା ଦେବା ସହ ତାଙ୍କ ମୁଣ୍ଡ ଉପରେ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସେଠାରେ କିଛି ସମୟ ପାଇଁ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ରାସ୍ତା ଉପରେ ମୃତଦେହ ପଡି ରହିବା ଫଳରେ ଘଟଣାସ୍ଥଳରେ କିଛି ସମୟ ପାଇଁ ଟ୍ରାଫିକ୍‌‌ ସମସ୍ୟା ସୃଷ୍ଟି ହୋଇଥିଲା।
ଖବର ପାଇ ପିପିଲି ଥାନା ଏସ୍‌‌ଆଇ ଶୁଭଶ୍ରୀ ପ୍ରିୟଦର୍ଶିନୀ ନନ୍ଦ, ରାଜନ ବିଶୋଇ, ଏଏସ୍‌‌ଆଇ ସାନ୍ତନୁ ନାୟକ, ସୁବାଷ ଚନ୍ଦ୍ର ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ଏସ୍‌‌ଆଇ ଶ୍ରୀବିଶୋଇ ଓ ଏଏସ୍‌‌ଆଇ ଶ୍ରୀନାୟକ ମୃତଦେହକୁ ପୁଲିସ ଗାଡିରେ ପୁରୀ ଡାକ୍ତରଖାନାକୁ ନେଇଥିଲେ। ଘଟଣାସ୍ଥଳରେ ପୁଲିସ ଟ୍ରାଫିକ୍‌‌ ନିୟନ୍ତ୍ରଣ କରିବା ପରେ ସେହି ରାସ୍ତାଦେଇ ଗାଡି ଚଳାଚଳ ସ୍ୱଭାବିକ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ବସ୍‌‌କୁ ପୁଲିସ ଜବତ କରି ସାତଶଙ୍ଖ ଫାଣ୍ଡିରେ ରଖିଥିବା ବେଳେ ଚାଳକକୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories