www.samajalive.in
Saturday, December 6, 2025
26.1 C
Bhubaneswar

ଶିକ୍ଷକ-ଶିକ୍ଷୟତ୍ରୀଙ୍କୁ ଟାବଲେଟ ପିସି ବଣ୍ଟନ

ଫୁଲବାଣୀ,ଫିରିଙ୍ଗିଆ:  ଫିରିଙ୍ଗିଆ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଫିରିଙ୍ଗିଆ ବ୍ଲକ ରେ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ମାନଙ୍କୁ ଟାବଲେଟ ପିସି ବଣ୍ଟନ କରାଯାଇଛି। ଗୋଷ୍ଠୀଶିକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର, ଅତିରିକ୍ତ ଗୋଷ୍ଠୀଶିକ୍ଷା ଅଧିକାରୀ  ସବିତା ପାଣିଗ୍ରାହୀଙ୍କ ଉପସ୍ଥିତିରେ ଟାବଲେଟ ପିସି ପ୍ରଦାନ କରାଯାଇଥିବା ବେଳେ ଟାବଲେଟ ଦ୍ୱାରା ବିଦ୍ୟାଳୟର ବିଭିନ୍ନ ତଥ୍ୟ ଯାହାକି ଶିକ୍ଷକ, ଛାତ୍ରଛାତ୍ରୀ ମାନଙ୍କ ସବିଶେଷ ବିବରଣୀ ଏଠାରେ ରହିବା ସହ ପ୍ରତିଦିନ ବିଦ୍ୟାଳୟର ସମ୍ପୂର୍ଣ ତଥ୍ୟ କାର୍ଯ୍ୟାଳୟକୁ ପ୍ରଦାନ କରାଯିବ  ବୋଲି କୁହାଯାଇଥିଲା।
ଏହା ଏସଏମଇ ଭୁବନେଶ୍ୱର ଦ୍ୱାରା ପ୍ରଦାନ କରାଯାଇଥିବା  ଫିରିଙ୍ଗିଆ ବ୍ଲକରେ ସମୁଦାୟ ୭0୬ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଅଛନ୍ତି । ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟ ରେ ୪0୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଏହି ଟାବଲେଟ ପିସି ପ୍ରଦାନ କରାଯିବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି। ତେବେ ଆଗାମୀ ଦିନରେ ପ୍ରତ୍ୟେକ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟତ୍ରୀମାନଙ୍କୁ ଟାବଲେଟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories