www.samajalive.in
Sunday, December 7, 2025
26.1 C
Bhubaneswar

ବ୍ରିଜ ଉପରୁ ଡେଇଁଲେ ଯୁବକ ; ବଞ୍ଚାଇ ଦେଲେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର : ବାଙ୍କୀ ମହାନଦୀର ଯାତମୁଣ୍ଡିଆ ବ୍ରିଜ ଉପରୁ ଜଣେ ଯୁବକ ଡେଇଁଥିବା ଖବର ଶୁକ୍ରବାର ସାମ୍ନାକୁ ଆସିଛି। ବ୍ରିଜ ଉପରୁ ଡେଇଁ ଯୁବକ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ ସଠିକ୍‌‌ ସମୟରେ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିବାରୁ ନିଶ୍ଚିତ ମୃତ୍ୟୁ ମୁଖରୁ ବଞ୍ଚି ଯାଇଛନ୍ତି। ଯୁବକ ଜଣଙ୍କ ହେଲେ ଶେଖ ଜାହାଙ୍ଗୀର। ସେ ଭୁବନେଶ୍ୱର ପାତ୍ରପଡା ଅଞ୍ଚଳର ବାସିନ୍ଦା।
ସୂଚନା ଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଶେଖ ଜାହାଙ୍ଗୀର କଳହ କାରଣରୁ ଯାତମୁଣ୍ଡିଆ ବ୍ରିଜ ଉପରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବ୍ରିଜ ଉପରେ ନିଜ ବାଇକ ରଖି ପିଲାର ଦେଇ ତଳକୁ ଓହ୍ଲାଇ ଥିଲେ। ସେଠାରୁ ପାଣିକୁ ନ ଡେଇଁ ପିଲାର ମଝିରେ ଫସି ରହିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସ ଓ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories